www.samajalive.in
Sunday, December 7, 2025
23.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିର୍ସା ମୁଣ୍ଡା ସ୍ୱାଧୀନତା ସେନାନି ସଂଗ୍ରହାଳୟ ଉଦଘାଟିତ

ରାଞ୍ଚି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଠାରେ ସ୍ଥାପିତ ବିର୍ସା ମୁଣ୍ଡା ସ୍ୱାଧୀନତା ସେନାନି ସଂଗ୍ରହାଳୟକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଭର୍ଚୁଆଲ ପଦ୍ଧତିରେ ଏହାକୁ ଉଦଘାଟନ କରିଥିଲେ । ଏଥିସହିତ ମୋଦି ଦେଶବ୍ୟାପୀ ଜନଜାତୀୟ ଗୌରବ ଦିବସ ପାଳନ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ମହାନ ବିପ୍ଳବୀ ତଥା ବ୍ରିଟିଶ ସରକାର ବିରୁଦ୍ଧରେ ଦେଶ ସ୍ୱାଧୀନତା ପାଇଁ ଲଢେଇ କରିଥିବା ବିଶିଷ୍ଟ ଆଦିବାସୀ ନେତା ବିର୍ସା ମୁଣ୍ଡାଙ୍କର ଜୟନ୍ତୀକୁ ସମଗ୍ର ଦେଶରେ ଜନଜାତୀୟ ଗୌରବ ଦିବସ ଭାବରେ ପାଳନ କରାଯାଉଛି ।
ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଜନଜାତି ପରମ୍ପରା ଏବଂ ଏହାର ବୀରତ୍ୱର ଗାଥାକୁ ଦେଶର ଜନସାଧାରଣଙ୍କ ନିକଟରେ ଅଧିକ ପରିଚିତ କରାଇବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରଧାନମନ୍ତ୍ରୀ ଆଜି ମଧ୍ୟପ୍ରଦେଶ ଗସ୍ତରେ ଆସି ଜନଜାତି ସମୁଦାୟଙ୍କ ପାଇଁ ବିଭିନ୍ନ କଲ୍ୟାଣକାରୀ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରିବେ ବୋଲି ଜଣାଯାଇଛି । ସେ ସଂସଦ ଭବନରେ ଥିବା ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ଭୋପାଳ ଅଭିମୁଖେ ଗସ୍ତ କରିବେ ।
ଭର୍ଚୁଆଲ କାର୍ଯ୍ୟକ୍ରମରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ସ୍ୱାଧୀନତା ଆନ୍ଦୋଳନକୁ ବିର୍ସା ମୁଣ୍ଡାଙ୍କର ଅବଦାନ ଓ ତାଙ୍କର ବଳିଷ୍ଠ ଭୂମିକା ସମ୍ପର୍କରେ ସ୍ମୃତିଚାରଣ କରିଥିଲେ । ସୂଚନାଯୋଗ୍ୟ ଯେ ଆଜିଠାରୁ ଚଳିତ ମାସ ୨୨ ତାରିଖ ପର୍ଯ୍ୟନ୍ତ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନର ଅଂଶ ବିଶେଷ ଭାବରେ ଜନଜାତି ସ୍ୱାଧୀନତା ସେନାନିଙ୍କୁ ସମ୍ମାନ ପ୍ରଦର୍ଶନ ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories