www.samajalive.in
Wednesday, December 10, 2025
26.1 C
Bhubaneswar

ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ବଦଳରେ ବିସ୍କୁଟ ମିକ୍ସଚର

ମୁଖୀଗୁଡା : କଳାହାଣ୍ଡି ଜିଲ୍ଲା ଜୟପାଟଣା ଗୋଷ୍ଠୀ ଶିକ୍ଷା ଅଧୀନରେ ଥିବା ଅଁଳାଭଟା ସରକାରୀ ଉନ୍ନତି ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟାହ୍ନ ଭୋଜନ ବଦଳରେ ବିସ୍କୁଟ ମିକ୍ସଚର ଦେଇଥିବା ଦେଖିବାକୁ ମିଳିଛି। ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ଛାତ୍ରଛାତ୍ରୀମାନଙ୍କ ପାଇଁ ପୁଷ୍ଟିକର ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିଥିବାବେଳେ ଏଠାରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ ଉକ୍ତ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୨୯ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବାବେଳେ ଶିବ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀ ମଧ୍ୟାହ୍ନ ଭୋଜନ ଦାୟିତ୍ୱରେ ଦୁଇ ମାସ ହେବ ରହିଛନ୍ତି। କିନ୍ତୁ ସୋମବାର କୋଣସି କାରଣବଶତଃ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଦେଇନଥିଲେ।

ଏ ସମ୍ପର୍କରେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପାଖରେ ଅଭିଯୋଗ ପରେ ମଧ୍ୟାହ୍ନ ଭୋଜନ ଦାୟିତ୍ୱରେ ଥିବା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସ୍କୁଲରେ ପହଞ୍ଚି ତଦନ୍ତ କରିବା ସହ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ଡାକି ମଧ୍ୟାହ୍ନ ଭୋଜନ ନଦେବା ପଚାରିବାରୁ ସେମାନେ କୋଣସି କାରଣ ନ ଦର୍ଶାଇ ବିସ୍କୁଟ ମିକ୍ସଚର ଆଣି ଦେଇଥିଲେ। ଛାତ୍ରଛାତ୍ରୀଙ୍କ ଅଭିଯୋଗ ଅନୁସାରେ ତାଙ୍କୁ ଦେଉଥିବା ମଧ୍ୟାହ୍ନ ଭୋଜନ ଭଲ ଲାଗୁନଥିବା ସହ କମ ପରିମାଣରେ ମଧ୍ୟ ଦେଉଥିବା ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଦନ୍ତ ରିପୋର୍ଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ ପରେ ସେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି ।

- Advertisement -

 

Hot this week

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

Related Articles

Popular Categories