www.samajalive.in
Monday, December 8, 2025
13.1 C
Bhubaneswar

ବିଶ୍ବଭୂଷଣ ଗୁରୁତର: ହାଇଦ୍ରାବାଦକୁ ଏୟାରଲିଫ୍ଟ

ଭୁବନେଶ୍ବର : ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି। ଗତକାଲି ରାତିରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ଶ୍ରୀ ହରିଚନ୍ଦନଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସଂପୃକ୍ତ ଘରୋଇ ହସ୍ପିଟାଲର ଡାକ୍ତରଙ୍କ ପରାମର୍ଶକ୍ରମେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଛି। କିଛିଦିନ ତଳେ ଅନୁରୂପ ଭାବେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ତାଙ୍କୁ ଉକ୍ତ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ସେ ଘରକୁ ଫେରିଥିଲେ। ନିକଟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ହସ୍ପିଟାଲରେ ସାକ୍ଷାତ କରି ବିଶ୍ୱଭୂଷଣଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories