www.samajalive.in
Wednesday, December 10, 2025
14.1 C
Bhubaneswar

ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ

ନୂଆପଡା: ବିଜେଡିର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି । ନୂଆପଡା ଜିଲା କୋମନା ଥାନାରେ ଯୁବକଙ୍କ ଲିଖିତ ଅଭିଯୋଗ କରିବା ପରେ ମାମଲା ରୁଜୁ କରିଛି ପୁଲିସ । ବବିଙ୍କ ସହ ବିଧାୟକ ଅଧିରାଜ ପାଣିଗ୍ରାହୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି । ବିଏନଏସ୍‌ ୧୨୬(୨), ୨୯୬, ୧୧୫(୨), ୩୫୧(୨) ଓ ୩(୫) ଧାରାରେ ମାମଲା ରୁଜୁ ହୋଇଥିବା ସୂଚନା ମିଳିଛି । ବିଜେଡି ନେତା ମନୋଜ ମିଶ୍ରଙ୍କ ଫାର୍ମ ହାଉସରେ ଯୁବକଙ୍କୁ ଡାକି ମାଡ ମାରିଥିବାର ସଂପୃକ୍ତ ଯୁବକ ଥାନାରେ ଅଭିଯୋଗ କରିଥିଲେ । ସଂପୃକ୍ତ ଯୁବକ ପୂର୍ବରୁ ବିଜେଡି କ୍ୟାମ୍ପେନରେ ବୁଲୁଥିଲେ, ଏବେ ବିଜେପି ବୁଲୁଥିବାରୁ ବବି ଦାସ ତାଙ୍କ ଏହା କାହିଁକି କରୁଛୁ ବୋଲି ପଚାରିବା ସହ ଧମକାଇ ମାଡ ମାରିଥିଲେ । ଯୁବକଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ମାଡି ମାରିଥିବା ଅଭିଯୋଗ ହୋଇଛି । ସେପଟେ ଏନେଇ ବବି ଦାସ କିମ୍ବା ଅଧିରାଜଙ୍କ ପ୍ରତିକ୍ରିୟା ମିଳିନାହିଁ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories