www.samajalive.in
Monday, December 8, 2025
14.1 C
Bhubaneswar

ପାଟକୁରାରେ ବିଜେଡିର ବାଜିମାତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ପାଟକୁରା ବିଧାନସଭା ନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ବୀ ତଥା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ୧୭,୬୫୫ ଖଣ୍ଡ ଭୋଟ ବ୍ୟବଧାନରେ ଆଗୁଆ ରହିଛନ୍ତି। ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ୧୮ ରାଉଣ୍ଡର ଗଣତି ପରେ ଏହି ଫଳାଫଳ ମିଳିଛି। ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା ହୋଇ ନ ଥିଲେ ହେଁ ବିଜେଡି ପାଟକୁରାରେ ବିଜୟଲାଭ କରିଥିବା ସ୍ପଷ୍ଟ ହୋଇଛି। ଏହାକୁ ନେଇ ବିଜେଡି ଶିବିରରେ ଖୁସିର ମାହୋଲ ଖେଳିଯାଇଛି। ସାବିତ୍ରୀ ଏବଂ ତାଙ୍କ ସମର୍ଥକମାନେ ଉତ୍ସବ ମନାଇବା ଆରମ୍ଭ କରିଦେଇଛନ୍ତି।

ବୁଧବାର ସକାଳୁ ପାଟକୁରା ନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଥିଲା। ୧୮ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ ମୋଟ ୯୫୧୬୨ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ର ୭୭,୫୦୭ ଖଣ୍ଡ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତି ୨୦୯୦ ଖଣ୍ଡ ଭୋଟ ପାଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories