www.samajalive.in
Sunday, December 7, 2025
23.1 C
Bhubaneswar

ମାହାଙ୍ଗା ଡ଼ବଲ ମର୍ଡ଼ର ମାମଲା: ବିଜେପି ପ୍ରଭାରୀଙ୍କୁ ଜବାବ ଦେଲେ ବିଜେଡ଼ି ସାଂସଦ

ଅପରାଧୀ ଗିରଫ ନେଇ ବିଜେପି ନେତ୍ରୀ ଅବଗତ ନାହାନ୍ତି: ବିଜେଡି

ଭୁବନେଶ୍ୱର: ମାହାଙ୍ଗା ଡ଼ବଲ ମର୍ଡ଼ର ଘଟଣାରେ ବିଜେପି ରାଜ୍ୟ ପ୍ରଭାରୀ ଡ଼ି.ପୁରନ୍ଦେଶ୍ବରୀଙ୍କ ଅଭିଯୋଗର କଡ଼ା ଜବା ରଖିଛି ବିଜେଡ଼ି । ଦଳର ସାଂସଦ ତଥା ମୁଖପାତ୍ର ଡ଼. ସସ୍ମିତ ପାତ୍ର ବିଜେପି ପ୍ରଭାରୀ ଘଟଣାର ଅଗ୍ରଗତି ସମ୍ପର୍କରେ ବୋଧହୁଏ ଜାଣି ନାହାନ୍ତି ବୋଲି କଟାକ୍ଷ କରିଛନ୍ତି । ସେ କହିଛନ୍ତି ଯେ   ବିଜେପିର ଓଡିଶା ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ବୋଧହୁଏ ଜାଣିନାହାନ୍ତି  ମାହାଙ୍ଗା ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ମାନଙ୍କୁ ଅପରାଧ ଘଟିବାର ୪୮ଘଣ୍ଟା ମଧ୍ୟରେ ଗିରଫ କରାଯାଇ ସାରିଛି। ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ରହିଛି ଯିଏ କି ନିଜେ ଅସ୍ତ୍ର ଦ୍ୱାରା ଆଘାତ କରିଛି।

- Advertisement -

ଡକ୍ଟର ପାତ୍ର କହିଛନ୍ତି ଯେ, ବିଜେଡି ସରକାର ହିଂସାକାଣ୍ଡ କ୍ଷେତ୍ରରେ ଜିରୋ ଟଲେରାନ୍ସ ନୀତି ଗ୍ରହଣ କରିବା ସହିତ ଅପରାଧୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥାଏ। ଯାହାକୁ ଓଡିଶାବାସୀ ପସନ୍ଦ କରିବା ସହିତ ପଞ୍ଚମଥର ପାଇଁ ବିଜେଡି ହାତରେ ରାଜ୍ୟ ଶାସନର ଡୋରି ଧରାଇଛନ୍ତି। ହେଲେ ବିଜେପିର ଓଡିଶା ପ୍ରଭାରୀ ଏ ସଂକ୍ରାନ୍ତରେ ଅବଗତ ନାହାନ୍ତି। ମାହାଙ୍ଗା ହତ୍ୟାକାଣ୍ଡ ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ସହିତ ପୀଡିତ ପରିବାରକୁ ନିଶ୍ଚିତ ନ୍ୟାୟ ପ୍ରଦାନ କରାଯିବ। ବିଜେଡି ସରକାର ଏଥିପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଡକ୍ଟର ପାତ୍ର କହିଛନ୍ତି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories