www.samajalive.in
Sunday, December 7, 2025
13.1 C
Bhubaneswar

ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଆସନ୍ତାକାଲି ସାଇକେଲ ଶୋଭାଯାତ୍ରା

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ସାଇକେଲ ଶୋଭାଯାତ୍ରା ଆୟୋଜନ କରାଯାଇଛି। ଶୁକ୍ରବାର କଟକ ସ୍ଥିତ ବିଜୁବାବୁଙ୍କ ଜନ୍ମସ୍ଥାନ ଆନନ୍ଦ ଭବନଠାରୁ ଭୁବନେଶ୍ୱର ବିମାନବନ୍ଦର ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ସାଇକେଲ ଶୋଭାଯାତ୍ରାରେ ଆସିବେ ଦଳର କର୍ମକର୍ତ୍ତା। ବିଜୁବାବୁଙ୍କ ପୁରୁଣା ସ୍ମୃତିକୁ ଉଜ୍ଜୀବିତ କରିବାକୁ ଦଳ ପକ୍ଷରୁ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ.ବ୍ୟୋମକେଶ ରାୟ ସୂଚନା ଦେଇଛନ୍ତି।

ସକାଳ ୬ଟାରୁ କଟକ ଆନନ୍ଦଭବନଠାରୁ ଏହି ଶୋଭାଯାତ୍ରା ବାହାରି ବିମାନବନ୍ଦର ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ୮ଟାରେ ପହଞ୍ଚିବ। ବିଜେଡି ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଦଳର ଯୁବକ ଓ ଛାତ୍ର କର୍ମକର୍ତ୍ତାଙ୍କ ଓ କିଛି ବିଧାୟକ ଏହି କାର୍ୟ୍ୟକ୍ରମରେ ସାମିଲ ହେବେ। ଶୋଭାଯାତ୍ରାରେ ହଜାର ହଜାର ଯୁବ-ଛାତ୍ରଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି।

- Advertisement -

ସେହିପରି ବିଜୁବାବୁଙ୍କ ୨୪ ତମ ଶ୍ରାଦ୍ଧବାର୍ଷିକ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ଦଳର ସାମାଜିକ ପ୍ରତିବଦ୍ଧତାକୁ ଆଗକୁ ନେବା ପାଇଁ ଆସନ୍ତା ୫ ତାରିଖରୁ ଏପ୍ରିଲ ୧୭ ତାରିଖ ପର୍ୟ୍ୟନ୍ତ ଓଡ଼ିଶା ମୋ’ ପରିବାର ଓ ଜୀବନ ବିନ୍ଦୁ ସେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଏହି ଶିବିର କରାଯିବ ବୋଲି ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ(ଯୁବ ବ୍ୟାପାର) ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ,ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି। ସେହପରି ରାଜ୍ୟ କାର୍ଯ୍ୟାଳୟ ସମେତ ସମସ୍ତ ୧୪୭ ନିର୍ବାଚନ ମଣ୍ଡଳୀରେ ବିଜୁବାବୁଙ୍କ ଜୟନ୍ତୀ ପାଳନ କରାଯିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories