www.samajalive.in
Monday, December 15, 2025
26.1 C
Bhubaneswar

ରାଜ୍ୟସଭାରେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି

ନୂଆଦିଲ୍ଲୀ : ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ପାଇଁ ଗୁରୁବାର ରାଜ୍ୟସଭାରେ ଦାବି ଉଠିଛି। ରାଜ୍ୟସଭାର ଶୂନ୍ୟକାଳରେ ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଏହି ଦାବି ଉଠାଇଛନ୍ତି। ସେ କହିଛନ୍ତି ଯେ ସମୁଦ୍ର ତଟବର୍ତ୍ତୀ ରାଜ୍ୟ ଓଡ଼ିଶା ପ୍ରାୟ ସମୟ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି।

ସାମୁଦ୍ରିକ ଝଡ଼, ତୋଫାନ, ବନ୍ୟା ଓ ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଓଡ଼ିଶାବାସୀଙ୍କୁ ଗୁରୁତର ସମସ୍ୟାର ସାମ୍ନା କରିବାକୁ ପଡୁଛି। ୧୯୯୯ ମହାବାତ୍ୟା ପରେ ଓଡ଼ିଶା ଅନେକ ସାମୁଦ୍ରିକ ଝଡ଼ର ସାମ୍ନା କରିଛି। ଏପରିକି ନିକଟରେ ଫନୀ ସାମୁଦ୍ରିକ ଝଡ଼ ରାଜ୍ୟରେ ବହୁ କ୍ଷୟକ୍ଷତି ଘଟାଇଛି। ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଓଡ଼ିଶାର ଭିତ୍ତିଭୂମି ନଷ୍ଟ ହୋଇଯାଉଛି ଓ ସେଗୁଡ଼ିକୁ ପୁନଃ ନିର୍ମାଣ କରିବାକୁ ପଡୁଛି। ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ପାଇଁ ଓଡ଼ିଶାର ସ୍ଥିତି ଅନୁକୂଳ ରହିଛି। ତେଣୁ ଆଦିବାସୀ ବହୁଳ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ପାଇଁ ସେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories