www.samajalive.in
Sunday, December 14, 2025
17.1 C
Bhubaneswar

ରାଜଭବନ ସମ୍ମୁଖରେ ବିଜେଡିର ଗଣଧାରଣା ଓ ପ୍ରତିବାଦ ସଭା

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପେଟ୍ରୋଲ, ଡିଜେଲ, ଇନ୍ଧନ ଗ୍ୟାସ, ଖାଇବା ଦେଲ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରିର ଦରବୃଦ୍ଧି ପ୍ରତିବାଦରେ ଆଜି ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରାଜ ଭବନ ସମ୍ମୁଖରେ ବିଶାଳ ଗଣଧାରଣା ସହିତ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ସୁଶାନ୍ତ କୁମାର ରାଉତଙ୍କ ନେତୃତ୍ୱରେ ଆୟୋଜିତ ପ୍ରତିବାଦ ସଭାରେ ବରିଷ୍ଠ ନେତା ସଞ୍ଜୟ ଦାଶଶର୍ମା, ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା, ବିଧାୟକ ଶଶିଭୂଷଣ ବେହେରା, ଅରବିନ୍ଦ ଢାଲି, ପ୍ରଣବ ପ୍ରକାଶ ଦାସ, ସ୍ନେହାଙ୍ଗିନୀ ଛୁରୀଆ, ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ପ୍ରମୁଖ କେନ୍ଦ୍ର ସରକାରଙ୍କ ଗରିବ ମାରଣ ନୀତିକୁ ଦୃଢ଼ ଭାବେ ନିନ୍ଦା କରିବା ସହିତ ଆଗାମୀ ଦିନରେ ଏ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ମତ ରଖିଥିଲେ।

 

- Advertisement -

କେନ୍ଦ୍ର ସରକାର ଯଦି ଦରଦାମକୁ ନିୟନ୍ତ୍ରଣ ନ କରନ୍ତି ତାହେଲେ ଏ ଆନ୍ଦୋଳନ ଗାଁ ଗହଳିଠାରୁ ଆରମ୍ଭ କରି ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ନିଆଯିବ ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories