www.samajalive.in
Monday, December 8, 2025
13.1 C
Bhubaneswar

ବାଙ୍ଗିରିପୋଷି ଓ ସାରସକଣାରେ ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ପାଳିତ

କଳାବାଡ଼ିଆ: ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଓ ସାରସକଣା ନିର୍ବାଚନ ମଣ୍ଡଳୀରେ ଗୁରୁବାର ବିଜୁ ଜନତା ଦଳର ୨୩ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ଏହି ଉତ୍ସବରେ ଦଳର ଅନେକ ନେତା ମନ୍ତ୍ରୀ ଯୋଗ ଦେଇ ନିଜର ଅଭିଭାଷଣ ରଖିଥିଲେ।

ବାଙ୍ଗିରିପୋଷିରେ ଓଡ଼ିଶା ସରକାରଙ୍କ ରାଜସ୍ବ ବିପର୍ଯ୍ୟୟ ମନ୍ତ୍ରୀ ତଥା ବାଙ୍ଗିରିପୋଷି ନିର୍ବାଚନ ମଣ୍ଡଳୀର ବିଧାୟକ ସୁଦାମ ମାରାଣ୍ଡି ବିଜୁ ପଟ୍ଟନାୟକଙ୍କ ଫୋଟରେ ଧୂପ ଓ ପୁଷ୍ପମାଲ୍ୟ ଅର୍ପଣ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ। ଏଥିରେ ବାଙ୍ଗରିପୋଷୀ ନିର୍ବାଚନ ମଣ୍ଡଳୀର ତିନୋଟି ବ୍ଲକର ଶତାଧିକ କର୍ମୀ, ମାଆ, ଭାଇ ଭଉଣୀମାନେ ଉପସ୍ଥିତ ଥିଲେ। ସମସ୍ତ ବ୍ଲକ ସଭାପତି, ଯୁବକ, ଛାତ୍ର, ମହିଳା କାର୍ଯ୍ୟକର୍ତ୍ତା, ବାଙ୍ଗିରିପୋଷି ବ୍ଲକ ଚେୟାରମ୍ୟାନ, ପୂର୍ବତନ ଚେୟାରମେନ, ସରପଞ୍ଚ, ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଆଗାମୀ ଦିନରେ ବିଜୁ ଜନତା ଦଳକୁ କିପରି ଅଧିକ ସଂଗଠିତ କରିବା ସହିତ ଆଗାମୀ ପଞ୍ଚାୟତ ନିର୍ବାଚନରେ କିପରି ଅଧିକ ପ୍ରାର୍ଥୀ ବିଜୟୀ ହେବେ ସେଥିପ୍ରତି କର୍ମୀମାନଙ୍କୁ ଉପଦେଶ ଦେଇଥିଲେ। ଅଞ୍ଚଳରେ କିପରି ସାଧାରଣ ଲୋକଙ୍କ ସମସ୍ୟା ଦୂର ହୋଇ ପାରିବ ସେଥି ପ୍ରତି କର୍ମୀମାନଙ୍କୁ ସହଯୋଗ କରିବା ପାଇଁ ପରାମର୍ଶ ଦେଇ ଥିଲେ।

- Advertisement -

ଅନ୍ୟ ପକ୍ଷରେ ସାରସକଣା ନିର୍ବାଚନ ମଣ୍ଡଳୀରେ ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ, ଜିଲା ସଭାପତି ଦେବାଶିଷ ମହାନ୍ତି, ପୂର୍ବତନ ବିଧାୟକ ଭାଦବ ହାଁସଦା, ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ଏହି ନିର୍ବାଚନ ମଣ୍ଡଳୀର ସମସ୍ତ ବିଜେଡି କର୍ମକର୍ତ୍ତା ଉପସ୍ଥିତ ଥିଲେ।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories