ଭୁବନେଶ୍ୱର: ବିଜେଡିର ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ବଡଚଣାର ଟାଣୁଆ ନେତା ତଥା ବିଧାୟକ ଅମର ଶତପଥୀଙ୍କ ଟିକେଟ କାଟି ତାଙ୍କ ସ୍ଥାନରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି ବିଜେଡି। ଅମରଙ୍କ ଭଳି ପୁରୁଖା ନେତାଙ୍କ ସ୍ଥାନରେ ବର୍ଷାଙ୍କୁ ପ୍ରାର୍ଥୀ କରି ସମସ୍ତଙ୍କୁ ଚକିତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଦୁଇ ଦିନ ପୂର୍ବରୁ ବିଜେଡିରେ ସାମିଲ ହୋଇଥିଲେ ବର୍ଷା ପ୍ରିୟଦର୍ଶିନୀ।
ସେହିପରି ଶଶୀଭୂଷଣ ବେହେରାଙ୍କ ଟିକେଟ କାଟି ଗଣେଶ୍ୱର ବେହେରାଙ୍କୁ ବିଧାନସଭା ପ୍ରାର୍ଥୀ କରିଛି ବିଜେଡି। ପୂର୍ବରୁ ଗଣେଶ୍ୱର ବେହେରା କଂଗ୍ରେସରେ ଥିବାବେଳେ ନିକଟରେ ଦଳ ଛାଡି ବିଜେଡିରେ ମିଶିଥିଲେ। ଆଜିର ୯ପ୍ରାର୍ଥୀଙ୍କ ନାମକୁ ମିଶାଇ ବିଜେଡି ସମୁଦାୟ ୧୩୫ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି।
ଅମର ଶତପଥୀ କଟିଲେ, ବଡ଼ଚଣାରୁ ପ୍ରାର୍ଥୀ ହେଲେ ବର୍ଷା
Popular Categories



