www.samajalive.in
Saturday, December 13, 2025
23.1 C
Bhubaneswar

ବିଜେଡିର ଜନସମ୍ପର୍କ ପଦଯାତ୍ରା

ଜି.ଉଦୟଗିରି : ସ୍ଥାନୀୟ ବିଜ୍ଞପିତ ଅଞ୍ଚଳ ପରିଷଦରେ ବିଜୁ ଜନତା ଦଳ ତରଫରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।ପରିଷଦର ଅଧ୍ୟକ୍ଷ ସନ୍ତୋଷ ବାଘ ନେତୃତ୍ବରେ ଆୟୋଜିତ ଜନସମ୍ପର୍କ ପଦ ଯାତ୍ରା ସ୍ଥାନୀୟ ବିଏସଏନଏଲ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇଥିବା ବେଳେ ଗାନ୍ଧୀଛକ ସ୍ଥିତ ମହାତ୍ମା ଗାନ୍ଧୀ ଓ ବନ୍ଧଛକ ସ୍ଥିତ ଚକରା ବିଷୋୟୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇ ଶେଷରେ ଶ୍ରୀରାମପଦା ସ୍ଥିତ ବସଷ୍ଟାଣ୍ଡରେ ଏକ ପଥପ୍ରାନ୍ତ ସଭା କରାଯାଇଥିଲା । ପଦଯାତ୍ରାରେ କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକ, ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ରୋଦନ ମଲ୍ଲିକ, ଜି.ଉଦୟଗିରି ବିଜେଡି ସଭାପତି ଗୋପାଳକୃଷ୍ଣ ମହାପାତ୍ର, ଜି.ଉଦୟଗିରି ପଞ୍ଚାୟତସମିତି ଅଧ୍ୟକ୍ଷା ସୁଷମା ପ୍ରଧାନ, ଟିକାବାଲି ପଞ୍ଚାୟତ ସମିତି ଅଧ୍ୟକ୍ଷ ଦିଲ୍ଲୀପ କହଁର, ପୂର୍ଣ୍ଣିମା କହଁର ପ୍ରମୁଖଙ୍କ ସମେତ ଶତାଧିକ ଦଳୀୟ କର୍ମୀ ସାମିଲ ଥିଲେ। ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଓ ବିକାଶ ମୂଳକ ବାର୍ତ୍ତା ସମ୍ପର୍କରେ ଆୟୋଜିତ ପଦଯାତ୍ରାରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଓ କଲ୍ୟାଣକାରୀ ଯୋଜନା ବାବଦରେ ଘରକୁ ଘର ଯାଇ ଲୋକଙ୍କୁ ଜଣାଇବା ଏହି ପଦଯାତ୍ରାର ମୂଳ ଲକ୍ଷ ବୋଲି ଅତିଥିବୃନ୍ଦ ମତବ୍ୟକ୍ତ କରିଥିଲେ ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories