ହରଭଙ୍ଗା : ବୌଦ୍ଧ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହରଭଙ୍ଗା ବ୍ଲକର ନାଏକପଡ଼ା ଗୁମ୍ଫାଠାରେ ବିଜୁ ଜନତା ଦଳ ପକ୍ଷରୁ ସୋମବାର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଆଜିର ଏହି ପଦଯାତ୍ରାରେ ମୁଖ୍ୟ ଅତିଥି ଭାବେ କଣ୍ଟାମାଳର ପୂର୍ବତନ ବିଧାୟକ ତଥା ବୌଦ୍ଧ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭଗବାନ କହ୍ନର, ଜିଲ୍ଲା ବିଜେଡ଼ି ପର୍ଯ୍ୟବେକ୍ଷକ ସୌଭାଗ୍ୟ ରଞ୍ଜନ ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସ, ଜିଲ୍ଲା ବିଜେଡ଼ି କାର୍ଯ୍ୟକାରୀ ସଭାପତି ସୁବୋଧ କୁମାର ପ୍ରଧାନ, ୭ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟ ବିଶ୍ୱଜିତ ମିଶ୍ର, ବୌଦ୍ଧ ବସିସିବ ବ୍ୟାଙ୍କ ସଭାପତି ଅରୁଣ କୁମାର ପ୍ରଧାନ, ଏବଂ ସ୍ଥାନୀୟ ସରପଞ୍ଚ ସମିତି ସଭ୍ୟ ଯୋଗଦେଇଥିଲେ । ବୈଠକରେ ବିଜେଡ଼ି ରାଜ୍ୟ ଯୁଗ୍ମ ସମ୍ପାଦକ ଅଶୋକ ସାହୁ ସଭାପତିତ୍ୱ କରିଥିଲେ। ଆଜିଠାରୁ ୧୧ ନଭେମ୍ବର ପର୍ଯ୍ୟନ୍ତ ଜନସମ୍ପର୍କ ପଦଯାତ୍ରା ବୌଦ୍ଧ ନିର୍ବାଚନ ମଣ୍ଡଳୀର ପ୍ରତି ଜୋନରେ ଅନୁଷ୍ଠିତ ହେବ।




