www.samajalive.in
Thursday, December 11, 2025
14.1 C
Bhubaneswar

ଗାନ୍ଧୀ ଜୟନ୍ତୀରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଆରମ୍ଭ

କେନ୍ଦୁଝରଗଡ଼: ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୧୫୪ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ଅକ୍ଟୋବର ୨ରୁ ୧୧ତାରିଖ ପର୍ଯ୍ୟନ୍ତ ଜିଲା ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା କେନ୍ଦୁଝରଠାରେ ଆରମ୍ଭ ହୋଇଛି। ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାରଙ୍କ ନେତୃତ୍ୱରେ ଲୋକସଭା ସଦସ୍ୟା ଇଂ ଚନ୍ଦ୍ରାଣୀ ମୁର୍ମୁ, ଜିଲା ବିଜେଡିର ବରିଷ୍ଠ ନେତା ତଥା ଜିଲାପରିଷଦ ସଦସ୍ୟ ଆଶିଷ ଚକ୍ରବର୍ତ୍ତୀ, ରାଜ୍ୟ ଯୁବ ବିଜେଡି ଉପସଭାପତି ସୌମ୍ୟଶଙ୍କର ଚକ୍ର, କେନ୍ଦୁଝରଗଡ଼ ଉପନଗରପାଳ ବରଦା ପ୍ରସନ୍ନ ଦାସ, କାଉନସିଲର ଶରତ ସାହୁ, ପୂର୍ବତନ ଜିଲାପରିଷଦ ସଭାପତି କମଳିନୀ ପାତ୍ର, ବରିଷ୍ଠ ନେତା ପ୍ରମୋଦ ପଟ୍ଟନାୟକ, ନଗର ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ, ସଦର ବ୍ଲକ ସଭାପତି ଚକ୍ରଧର ପରିଡ଼ା, ଜିଲାପରିଷଦ ସଦସ୍ୟ ରଥ ମୁଣ୍ଡାଙ୍କ ସମେତ ଜିଲା ବିଜେଡିର ବହୁ ତୁଙ୍ଗ ନେତା ଓ କର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ସମେତ ଅନ୍ୟ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ଥାନାଛକସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରଥିଲେ। ଜିଲା କାର୍ଯ୍ୟାଳୟରେ ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ଏବଂ ସ୍ୱର୍ଗୀୟ ପ୍ରଧାନମନ୍ତ୍ରୀ ଲାଲ୍‌‌ ବାହାଦୂର ଶାସ୍ତ୍ରୀଙ୍କ ୧୧୯ତମ ଜୟନ୍ତୀ ଉତ୍ସବ ପାଳନ କରାଯାଇଛି। ୧୦ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁଥିବା ଏହି ଜନସମ୍ପର୍କ ପଦଯାତ୍ରା ଅବସରରେ ଜିଲାର ବିଭିନ୍ନ ସ୍ଥାନରେ ଦଳ ପକ୍ଷରୁ ଚାରାରୋପଣ ଓ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଏଥି ସହ ଲୋକଙ୍କ ନିକଟରେ ପହଞ୍ଚି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ ହେବାସହ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଦଳ ପକ୍ଷରୁ ସଚେତନତା ସୃଷ୍ଟି କରାଯିବ ବୋଲି ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର କହିଛନ୍ତି।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories