www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

ଗଞ୍ଜାମ : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଖମ୍ବାରି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ମୃତ ବ୍ୟକ୍ତି ଜଣଙ୍କ ହେଲେ ପୂର୍ବତନ ସରପଞ୍ଚ ତଥା ଯୁବ ବିଜେଡି ନେତା ଲଳିତ ମୋହନ ମହାପାତ୍ର। ଗତକାଲି ନିଜ ଅଞ୍ଚଳର ଜଣେ ଯୁବକଙ୍କ ସହ ଲଳିତଙ୍କର କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଲଳିତ ସେଠାରୁ ନିଜ ବାଇକରେ ପଳାଇ ଆସିଥିଲେ। ଘରକୁ ଫେରିଲା ବେଳେ ସଂପୃକ୍ତ ଯୁବକ ଜଣଙ୍କ ଲଳିତ ବାଇକ୍‌କୁ କାର୍‌ରେ ପିଛା କରି ତାଙ୍କ ଉପରେ କାର୍‌ ମଡ଼ାଇ ଦେଇଥିଲା। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ଲଳିତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରିଥିଲା ପିଛା କରିଥିବା ସଂପୃକ୍ତ ଯୁବକ। କିନ୍ତୁ କୌଶଳକ୍ରମେ ସେଠାରୁ ଫେରାର ହୋଇଯାଇଥିଲା। ଡାକ୍ତରଖାନାରେ ଲଳିତଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଲଳିତଙ୍କ ପରିବାର ପକ୍ଷରୁ କେ. ନୂଆଗାଁ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

 

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories