www.samajalive.in
Saturday, December 6, 2025
26.1 C
Bhubaneswar

ଅଟୋରେ ଆସି ଭୋଟ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌‌

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟରେ ଭୋଟ ଦେଇଛନ୍ତି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌। ସକାଳୁ ସକାଳୁ ଅଟୋରେ ବୁଥକୁ ପହଞ୍ଚିବା ପରେ ଲମ୍ବା ଲାଇନରେ ଛିଡା ହୋଇଥିଲେ ପାଣ୍ଡିଆନ୍‌‌। ଭୁବନେଶ୍ୱର ୟୁନିଟ୍‌‌-୬ର ୪୪ ନମ୍ବର ବୁଥରେ ପହଞ୍ଚି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ୍‌‌। ଭୋଟ ଦେବା ପରେ ପ୍ରତିକ୍ରିୟା ଦେଇ ପାଣ୍ଡିଆନ କହିଛନ୍ତି ଯେ ସମସ୍ତେ ଆସି ବହୁ ସଂଖ୍ୟାରେ ଭୋଟ ଦିଅନ୍ତୁ ଏବଂ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହୁଅନ୍ତୁ। ଅଟୋ ଚାଳକ ସଂଘର ଅନୁରୋଧ ରକ୍ଷା କରି ଅଟୋରେ ଭୋଟ ଦେବାକୁ ଯାଇଥିଲେ କାର୍ତ୍ତିକ ପାଣ୍ଡିଆନ୍‌‌। ସୁଜାତା ପାଣ୍ଡିଆନ ମଧ୍ୟ ୪୪ ନମ୍ବର ବୁଥରେ ମତାଧିକାର ସାବ୍ୟସ୍ତ କରିଥିଲେ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories