www.samajalive.in
Saturday, December 6, 2025
26.1 C
Bhubaneswar

ଶଙ୍ଖ ଭବନରେ ବିଜେଡିର ପ୍ରସ୍ତୁତି ବୈଠକ: ଗାନ୍ଧୀ ଜୟନ୍ତୀରୁ ପଦଯାତ୍ରା, ଗୋପବନ୍ଧୁ ଜୟନ୍ତୀରୁ ସଭ୍ୟ ସଂଗ୍ରହ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶ୍ରୁତିକୁ ପ୍ରସଙ୍ଗ କରି ବିଜେଡି ମଇଦାନକୁ ଓହ୍ଲାଇବ। ଜନସାଧାରଣଙ୍କୁ ଏ ବିଷୟରେ ସଚେତନ କରିବେ ଦଳୀୟ କର୍ମକର୍ତ୍ତା। ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରୁ ଦଳର ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହେବ। ଏହାସହ ଅକ୍ଟୋବର ୯ ତାରିଖ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରୁ ଦଳ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବ ବୋଲି ଘୋଷଣା କରାଯାଇଛି। ଏନେଇ ଶଙ୍ଖ ଭବନରେ ବିଜେଡିର ପ୍ରସ୍ତୁତି ବୈଠକ ବସିଥିଲା।
ଜନସମ୍ପର୍କ ପଦଯାତ୍ରା ସମ୍ପର୍କରେ ସୂଚନା ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିଲେ ଯେ, ପ୍ରତିବର୍ଷ ପରି ଚଳିତବର୍ଷ ବିଜେଡିର ଜନସମ୍ପର୍କ ପଦଯାତ୍ରା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ। ଅକ୍ଟୋବର ୬ରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଶେଷ ହେବ। ପୂଜା ପରେ ଅକ୍ଟୋବର ୨୧ରୁ ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା ଜାରି ରହିବ। ସେହିପରି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅକ୍ଟୋବର ୯ରୁ ଡିସେମ୍ବର ୯ ତାରିଖ ଦୁଇ ମାସ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ ଅଭିଯାନ ଜାରି ରହିବ। ସାମାଜିକ ଗଣମାଧ୍ୟମକୁ ଅଧିକ ସକ୍ରିୟ କରିବା ସହିତ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ବିପୁଳ ସଫଳତା ଦିଗରେ ନିଷ୍ଠାପର ଭାବରେ କାର୍ଯ୍ୟ କରିବାକୁ ଶ୍ରୀ ପଟ୍ଟନାୟକ ଦଳୀୟ ନେତୃବୃନ୍ଦ ଓ ପଦାଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଶ୍ରୀ ପଟ୍ଟନାୟକ ଆହୁରି କହିଥିଲେ ଯେ, ଦରଦାମ୍‌ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ବିଜେପି ସରକାର ବିଫଳ ହୋଇଛି। ପୁରୀ ରାଜଭବନରୁ ଆରମ୍ଭ କରି ଭରତପୁର ଥାନା ପର୍ଯ୍ୟନ୍ତ ଘଟଣା ସରକାରଙ୍କ ବିଫଳତାକୁ ଅଙ୍ଗୁଳି ନିର୍ଦେଶ କରୁଛି। ଓଡ଼ିଶାରୁ ପୁଞ୍ଜି ଫେରି ଯାଉଛି। ଏହିପରି ଅନେକ ବିଫଳତା ୧୦୦ ଦିନର ସରକାରର କାର୍ଯ୍ୟଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବିଜେଡି ସରକାରର ସଫଳତା ସମ୍ପର୍କରେ ଆଲୋକପାତ କରି ସେ କହିଥିଲେ ଯେ, ୨୦୦୦ରୁ ୨୦୨୪ ମଧ୍ୟରେ ଓଡ଼ିଶାର ମୁଣ୍ଡପିଛା ରୋଜଗାର ସର୍ବାଧିକ ବୃଦ୍ଧି ଘଟିଛି, ଯାହାକି ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ, ଆସାମ ଆଦି ବିଜେପି ଶାସିତ ଡବଲ ଇଞ୍ଜିନ ରାଜ୍ୟଗୁଡ଼ିକଠାରୁ ଅଧିକ। ମୁଣ୍ଡପିଛା ଋଣ ପରିମାଣ ମଧ୍ୟ ଡବଲ ଇଞ୍ଜିନ ରାଜ୍ୟଗୁଡ଼ିକ ଠାରୁ କମ୍‌ ରହିଛି।
ବୈଠକରେ ବିଜେଡି ସମନ୍ୱୟ କମିଟିର ମୁଖ୍ୟ ଦେବୀପ୍ରସାଦ ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ। ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ଗଣେଶ୍ବର ବେହେରା, ଚନ୍ଦ୍ରଶେଖର ସାହୁ, ସୁଦାମ ମାର୍ଣ୍ଡି, ବିକ୍ରମ କେଶରୀ ଆରୁଖ, ଅଶୋକଚନ୍ଦ୍ର ପଣ୍ଡା, ବଦ୍ରି ନାରାୟଣ ପାତ୍ର ପ୍ରମୁଖ ବକ୍ତବ୍ୟ ରଖିଥିଲେ। ବୈଠକ ପରେ ଏକ ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ନେତା ସୂଚନା ଦେଇଥିଲେ। ସୂଚନାଯୋଗ୍ୟ ଯେ, ଶଙ୍ଖ ଭବନରେ ଶୁକ୍ରବାର ପୂର୍ବାହ୍ଣରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା। ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଦଳର ରାଜ୍ୟ ସମନ୍ବୟ ଏବଂ ଆକ୍ଟିଭିଟିଜ୍ କମିଟି ୩୩ ସାଂଗଠନିକ ଜିଲା ସଭାପତିଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories