www.samajalive.in
Sunday, December 7, 2025
26.1 C
Bhubaneswar

ସରକାରଙ୍କ ଅପାରଗତାକୁ ପ୍ରସଙ୍ଗ କରିବ ବିଜେଡି

ଭୁବନେଶ୍ବର : ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଡବଲ ଇଞ୍ଜିନ ସରକାରଙ୍କ ଅପାରଗତାକୁ ବିଧାନସଭାରେ ପ୍ରସଙ୍ଗ କରିବ ମୁଖ୍ୟ ବିରୋଧୀ ଦଳ ବିଜେଡି। ବିଜେଡି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଥି‌ଲେ ଯେ, ଡବଲ ଇଞ୍ଜିନ ସରକାର ଆଠ ମାସ ହେଲା ଦାୟିତ୍ୱ ନେଲାଣି; କିନ୍ତୁ ତାଙ୍କ ଦୃଷ୍ଟିଭଙ୍ଗୀ ଓ କାର୍ଯ୍ୟଧାରାରେ ଓଡ଼ିଶା ତଥା ଓଡ଼ିଶାବାସୀଙ୍କ ସ୍ୱାର୍ଥର ସୁରକ୍ଷା ପ୍ରତିଫଳିତ ହେଉ ନାହିଁ। କେନ୍ଦ୍ର ବଜେଟଠାରୁ ଆରମ୍ଭ କରି ରେଳ ବଜେଟ, ପୋଲାଭରମ, ମହାନଦୀ, ପୂର୍ବତଟ ରେଳ,ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଆଦି ବିଭିନ୍ନ କ୍ଷେତ୍ରରେ ରାଜ୍ୟର ସ୍ୱାର୍ଥ ଉପେକ୍ଷିତ ହୋଇଛି। ଧାନ ସଂଗ୍ରହରେ ଅନିୟମିତତା, ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ, ଆର୍ଥିକ କୁପରିଚାଳନା ତଥା ମିଶନ ଶକ୍ତି ଗୋଷ୍ଠୀଙ୍କ ସମସ୍ୟା ସହ ଆଇନଶୃଙ୍ଖଳା ଭଳି ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଅପାରଗତା ଜନ ଅସନ୍ତୋଷ ସୃଷ୍ଟି କରିଛି। ଏକ ଦାୟିତ୍ୱପୂର୍ଣ୍ଣ ବିରୋଧୀ ଦଳ ଭାବରେ ବିଜେଡି ରାଜ୍ୟ ଏବଂ ଓଡ଼ିଶାବାସୀଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ବିଜେଡି ବିଧାନସଭାରେ ଦୃଢ଼ ସ୍ୱର ଉଠାଇବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି। ବୈଠକରେ ବିଧାୟକ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଡ.ଅରୁଣ କୁମାର ସାହୁ, ଅରବିନ୍ଦ ମହାପାତ୍ର,ଗୌତମ ବୁଦ୍ଧ ଦାସ, ଗଣେଶ୍ୱର ବେହେରା, ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories