www.samajalive.in
Tuesday, December 9, 2025
26.1 C
Bhubaneswar

ଜଗାର ଟଙ୍କା ସୁରକ୍ଷିତ ଭାବେ ଫେରି ପାଇବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ : ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍ ବ୍ୟାଙ୍କରୁ ଫେରି ପାଇବା ପାଇଁ ବୁଧବାର ବିଜେଡି ସାଂସଦମାନେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଛନ୍ତି। ଓଡିଶାର ଉଭୟ ଲୋକସଭା ଏବଂ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ୟ୍ୟ, ଅଚ୍ୟୁତ ସାମନ୍ତ,ଡକ୍ଟର ଅମର ପଟ୍ଟନାୟକ ଏବଂ ସସ୍ମିତ ପାତ୍ର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟି ପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ଅର୍ଥ ସୁରକ୍ଷିତ ଭାବେ ଫେରି ପାଇବା ନେଇ ଆଲୋଚନା କରିଥିଲେ। କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ସାଂସଦ ମାନଙ୍କୁ ଶ୍ରୀ ଜଗନ୍ନାଥଙ୍କ ଟଙ୍କା ସୁରକ୍ଷିତ ଭାବେ ଫେରିବ ବୋଲି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ସାଂସଦ ପ୍ରସନ୍ନ ଆଚାର୍ୟ୍ୟ । ଏଥିସହ ସାଂସଦମାନେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ବାରା ଲିଖିତ ଚିଠିର ଏକ ନକଲ ସୀତାରମଣଙ୍କୁ ଦେଇଥିଲେ। ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହା ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଅନୁରୋଧ କରିଥିଲେ।

Hot this week

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

Related Articles

Popular Categories