www.samajalive.in
Sunday, December 7, 2025
26.1 C
Bhubaneswar

ଗଞ୍ଜାମ ଏନଏସିରେ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଗଞ୍ଜାମ: ଗଞ୍ଜାମ ଏନଏସିରେ ବିଜେଡି ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଏହି ପଦଯାତ୍ରାରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ। ବିଭିନ୍ନ ୱାର୍ଡ଼ ପରିକ୍ରମା କରିଥିଲେ। ସରକାରଙ୍କ ବିଭିନ୍ନ ସଫଳ ଯୋଜନାରେ ଲୋକଙ୍କୁ କିଭଳି ସୁବିଧା ମିଳିଛି ସେନେଇ ଲୋକଙ୍କୁ ବାର୍ତ୍ତା ଦେଇଥିଲେ। ଏହି କାର୍ଯ୍ୟକ୍ରମ ଏନଏସି ଯୁବ ସଭାପତି ସୁଧୀର କୁମାର ପାଢ଼ୀ ଓ ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ ନେତୃତ୍ୱରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପ୍ରଧାନ, ପୂର୍ଵତନ ବ୍ଲକ ଅଧ୍ୟକ୍ଷ ରଘୁନାଥ ସାହୁ,ଜିଲ୍ଲା ପରିଷଦ ସଭ୍ୟ ସନାତନ ବେହେରା,ଗଞ୍ଜାମ ଏନଏସି ଅଧ୍ୟକ୍ଷା ଉର୍ମିଳା ପଲାଇ, ପୂର୍ବତନ ଉପାଧ୍ୟାକ୍ଷ ନୀଳାଞ୍ଚଳ ବାରିକି, ୧୫ ନଂ ଜିଲାପରିଷଦ, ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡା, ବିଭିନ୍ନ ୱାର୍ଡ କାଉନସିଲର ମହିଳା କାଉନସିଲର, ଜିଲ୍ଲା ବିଜେଡି ଛାତ୍ର ସଭାପତି ପ୍ରଶାନ୍ତ ପଣ୍ଡା, ଉପସଭାପତି ଲିଙ୍ଗରାଜ ମହାପାତ୍ର, ଯୁବନେତା ଅକ୍ଷୟ ସ୍ୱାଇଁ, ରଙ୍କନାଥ ପଲାଇ, ଶିବରାମ ଜେନା, ଯୁବନେତା ଜିତୁ ପଣ୍ଡା, ଟୋନି ପଣ୍ଡା, ଓ ସମସ୍ତ କାଉନ୍ସିଲରଙ୍କ ସମେତ ଶତାଧିକ ଦଳୀୟ କର୍ମୀ ଓ ନେତା ଯୋଗ ଦେଇଥିଲେ। ଏହି ଅବସରରେ ସହର ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ବିଜେଡି ନେତୃବୃନ୍ଦଙ୍କ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories