www.samajalive.in
Monday, December 8, 2025
14.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ନାହିଁ ତ୍ରୁଟି, ସମସ୍ତେ ସହଯୋଗ କରନ୍ତୁ – ବିଜେଡି

ଡେସ୍କ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ କୌଣସି ତ୍ରୁଟି ନାହିଁ ଏବଂ ଏହା ସର୍ବସମ୍ମତି କ୍ରମେ ମଞ୍ଜୁରୀ ପାଇଥିବା ପ୍ରକଳ୍ପ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍‍ ମହାନ୍ତି। ବହୁ ଦିନ ଧରି ପରିକ୍ରମା ପ୍ରକଳ୍ପ ନେଇ ବାଦବିବାଦ କାଜି ରହିଥିବା ବେଳେ ଆଜି ଏ ନେଇ ଶ୍ରୀ ମହାନ୍ତି ତଥ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ, ବର୍ଷାଦିନ ଓ ରଥଯାତ୍ରା ଆସୁଥିବାରୁ, ସମସ୍ତେ ପ୍ରକଳ୍ପ କାର୍ଯ୍ୟରେ ସହଯୋଗ କରନ୍ତୁ।

ସେ ତଥ୍ୟ ଉପସ୍ଥାପନ କରି କହିଛନ୍ତି ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି। ସାଧାରଣ ଜନତା ଏବଂ ବିଭିନ୍ନ ସଂଗଠନର ମତାମତ ନିମନ୍ତେ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା। ପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା ବୋଲି କହିଛନ୍ତି।ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ଯଦିଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଓଡ଼ିଶା ସରକାରଙ୍କ ନିକଟକୁ ଆସିଥିଲା ଏବଂ ସରକାର ଏହାକୁ ଅନୁମୋଦନ ଦେଇପାରିଥାନ୍ତେ କିନ୍ତୁ ଏହା କରିବା ବଦଳରେ ପ୍ରକଳ୍ପକୁ ଓଡ଼ିଶା ବିଧାନସଭା ମାଧ୍ୟମରେ ଓଡ଼ିଶାର ଲୋକଙ୍କ ନିକଟକୁ ନେବାକୁ ନିଷ୍ପତ୍ତି ନିଆଯାଇଥିଲା। ସେଠାରେ ଏହି ଯୋଜନାଟି ସମସ୍ତ ବିଧାୟକଙ୍କ ଦ୍ୱାରା ସର୍ବସମ୍ମତି କ୍ରମେ ମଞ୍ଜୁରୀ ଲାଭ କରିଥିଲା।

- Advertisement -

ଯୋଜନା ଅନୁମୋଦନ ହେବା ପରେ ଏହାକୁ ଜାତୀୟ ଐତହ୍ୟ ପ୍ରାଧିକରଣକୁ ପଠାଯାଇଥିଲା ଓ ସେହି ପ୍ରସ୍ତାବକୁ ଏନ୍‍ଏମ୍‍ଏ ଅନୁମୋଦନ କରିଥିଲେ। ଅନୁମୋଦନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ସେ କହିଛନ୍ତି ଯେ, ଏହି ସମାରୋହ ପାଇଁ ସମସ୍ତ ରାଜନୈତିକ ଦଳର ନେତାଙ୍କ ସହିତ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଶ୍ରୀ ମହାନ୍ତି କହିଁଇଛନ୍ତି ଯେ ଏଏସ୍‍ଆଇ ଦେଇଥିବା ପରାମର୍ଶକୁ ଗ୍ରହଣ କରାଯାଇଥିଲା ଓ ସେହି ଅନୁଯାୟୀ ସଂଶୋଧନ କରାଯାଇଥିଲା। ସାଧାରଣ ଲୋକ ଏବଂ ବିଭିନ୍ନ ସଂଗଠନ ସହିତ ପରାମର୍ଶ କରିବା ପରେ ଓଡ଼ିଶା ବିଧାନସଭା ଦ୍ୱାରା ଏହି ଯୋଜନାକୁ ସର୍ବସମ୍ମତି କ୍ରମେ ମଞ୍ଜୁରୀ ଦେବା ଓ ଏନ୍‍ଏମ୍‍ଏ ଦ୍ୱାରା ଅନୁମୋଦନ ପରେ କାର୍ଯ୍ୟକାରୀ ହେଉଛି। ଆଗକୁ ବର୍ଷାଦିନ ଓ ରଥଯାତ୍ରା ଆସୁଥିବାରୁ ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ୍‍ ବୋଲି ସେ କହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories