www.samajalive.in
Sunday, December 7, 2025
13.1 C
Bhubaneswar

ଓବିସି ବର୍ଗଙ୍କୁ ୧୧.୨୫ ପ୍ରତିଶତ ସଂରକ୍ଷଣ ନିଷ୍ପତ୍ତି: ୨୧ରେ ରାଜଭବନ ସାମ୍ନାରେ ବିଶାଳ ଗଣଧାରଣା ଦେବ ବିଜେଡି

ଭୁବନେଶ୍ଵର: ମୋହନ ସରକାର ଶିକ୍ଷା କ୍ଷେତ୍ରରେ ଓବିସି ବର୍ଗଙ୍କୁ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଜୋରଦାର ପ୍ରତିବାଦ କରିଛି ବିଜେଡ଼ି । ଏ ନେଇ ବିଜେଡି ଏକ ସାମ୍ବାଦିକ ସମ୍ମିଳନୀ କରି କହିଛି ଏହା ଏକ ଧୋକା ଓ ପ୍ରବଞ୍ଚନା। ବିଜେଡି ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଲାଗୁ କରିବା ପାଇଁ ଜୋରଦାର୍ ଦାବି କରିଥିଲା। ହେଲେ ବିଜେପି ସରକାର ଏହାର ବିଶ୍ଳେଷଣ ନକରି ତରବରିଆ ନିଷ୍ପତ୍ତି ନେଇଛନ୍ତି। ଗ୍ରାଜୁଏସନ୍ ଓ ପିଜିରେ ସିଟ୍ ଖାଲି ପଡୁଛି। ଅଥତ ସରକାର ସେଠାରେ ସଂରକ୍ଷଣ ଲାଗୁ କରି ବାଃ ବାଃ ନେଉଛନ୍ତି । ଏହା କିପରି ବିଚାର ଓ ନିଷ୍ପତ୍ତି ବୋଲି ପ୍ରଶ୍ନ କରିଛି ବିଜୁ ଜନତା ଦଳ । ତେଣୁ ବିଜେଡି ଦାବି ରଖୁଛି, ଓବିସି ମାନଙ୍କୁ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ଦିଆଯାଉ। ଏହା ସହିତ ଶିକ୍ଷା କ୍ଷେତ୍ରରେ ଏସସି/ଏସଟି ମାନଙ୍କୁ ମଧ୍ୟ ଉଚିତ ସଂରକ୍ଷଣ ଦିଆଯାଉ। ସେହିପରି ମେଡିକାଲ୍ ଓ ଇଞ୍ଜିନିୟରିଂ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଦେବାକୁ ଦାବି କରିଛି ବିଜେଡି। ମୋହନ ସରକାରଙ୍କର ସଂରକ୍ଷଣ ନିଷ୍ପତ୍ତି ବିରୋଧରେ ଆସନ୍ତା ୨୧ ତାରିଖରେ ରାଜଭବନ ସାମ୍ନାରେ ବିଶାଳ ଗଣଧାରଣା ଦିଆଯିବ ଏବଂ ନିଷ୍ପତ୍ତିକୁ ବିରୋଧ କରାଯିବ । ଏହା ସହ ଆଗକୁ ସାରା ରାଜ୍ୟରେ ବ୍ୟାପକ ଆନ୍ଦୋଳନ ହେବ ବୋଲି ବିଜେଡ଼ି ବିଧାୟକ ଅରୁଣ ସାହୁ କହିଛନ୍ତି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories