www.samajalive.in
Sunday, December 7, 2025
15.1 C
Bhubaneswar

ଓ୍ବାକଫ୍‌(ସଂଶୋଧନ) ବିଲ୍‌ ବିରୋଧରେ ବିଜେଡିର ବିକ୍ଷୋଭ

ସମାଜ ଡିଜିଟାଲ ଡେସ୍କ: ଓ୍ବାକଫ୍‌(ସଂଶୋଧନ) ବିଲ୍‌କୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି ବିଜୁ ଜନତା ଦଳ। ରବିବାର ଓ୍ବାକଫ୍‌(ସଂଶୋଧନ) ବିଲ୍‌କୁ ବିରୋଧ କରି ରାଜଭବନ ନିକଟସ୍ଥ ସର୍କିଟ୍‌ ହାଉସ ସମ୍ମୁଖରେ ବିଜେଡି ସଂଖ୍ୟାଲଘୁ ସେଲ୍ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ ସଭା କରାଯାଇଛି। ନୂଆ ୱାକଫ ବିଲ୍‌ ଆସିଲେ ଦେଶରେ ହିନ୍ଦୁ ମୁସଲମାନଙ୍କ ଭିତରେ ବିଭେଦ ସୃଷ୍ଟି ହେବ ବୋଲି ଦଳ ଅଭିଯୋଗ କରିଛି। କେନ୍ଦ୍ର ସରକାର ଷଡ଼ଯନ୍ତ୍ର କରି ୱାକଫ ବିଲ୍‌ରେ ୪୪ଟି ସଂଶୋଧନ ଆଣିବାକୁ ଯାଉଛନ୍ତି ବୋଲି କହିଛି ଦଳ। ଏହାକୁ ବିରୋଧ କରି ବିଜେଡି ସଂଖ୍ୟାଲଘୁ ସେଲ୍‌ ପକ୍ଷରୁ ବିରାଟ ପାଟୁଆରରେ ଶୋଭାଯାତ୍ରା କରି ସର୍କିଟ୍‌ ହାଉସ ସମ୍ମୁଖରେ ପ୍ରତିବାଦ କରିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ସ୍ମାରକପତ୍ର ପ୍ରଦାନ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories