www.samajalive.in
Sunday, December 7, 2025
15.1 C
Bhubaneswar

ଦରବୃଦ୍ଧି ପ୍ରତିବାଦରେ ଆଜି ବିଜେଡିର ରଣହୁଙ୍କାର

ଭୁବନେଶ୍ଵର : ଦିନକୁ ଦିନ ଅହେତୁକ ମାତ୍ରାରେ ଦର ବୃଦ୍ଧି ଘଟିବାରେ ଲାଗିଛି। ଯାହା ଖାଉଟିଙ୍କ ଚିନ୍ତାକୁ ଦ୍ଵିଗୁଣିତ କରିଛି। ତେଣୁ ଦରବୃଦ୍ଧି ପ୍ରତିବାଦରେ ଆଜି ରାଜଧାନୀରେ ରଣହୁଙ୍କାର ଦେବ ବିଜେଡି। ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ଆଜି ବିଜେଡି ଲୋୟର ପିଏମଜିଠାରେ ବିଶାଳ ଗଣ ବିକ୍ଷୋଭ କରିବା ନେଇ ସୂଚନା ରହିଛି। ଏଥିରେ ରାଜ୍ୟର ହଜାର ହଜାର ଜନତା ସାମିଲ ହେବେ । ବିଜେପି ଦେଇଥିବା ମିଛ ପ୍ରତିଶ୍ରୁତି ଓ ବିଫଳ ଅର୍ଥନୈତିକ ପରିଚାଳନା ଏବଂ ଅହେତୁକ ଦରବୃଦ୍ଧିକୁ ମୁଖ୍ୟ ପ୍ରସଙ୍ଗ କରିବ ବିଜେଡି। ଏନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଯୁବ ସଭାପତି ବ୍ୟୋମକେଶ ରାୟ ଓ ଛାତ୍ର ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ଦରବୃଦ୍ଧି ପ୍ରସଙ୍ଗରେ ବିଜେପି ସରକାର ଉପରେ ବର୍ଷିଛନ୍ତି। ଶ୍ରୀମତୀ ଛୁରିଆ କହିଛନ୍ତି, ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଡବଲ ଇଞ୍ଜିନ, ଡବଲ ବିକାଶର ନାରା ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟରେ ଆସିଥିବା ବିଜେପି ସରକାର ଦରଦାମ ନିୟନ୍ତ୍ରଣ ଓ ଅର୍ଥନୀତିର ସୁପରିଚାଳନା କ୍ଷେତ୍ରରେ ବିଫଳ ହୋଇଛନ୍ତି। ଖୁଚୁରା ମୁଦ୍ରାସ୍ଫୀତି ନଭେମ୍ୱରରେ ୫.୪୮%କୁ ଛୁଇଁଛି। ଗ୍ରାମାଞ୍ଚଳରେ ମୁଦ୍ରାସ୍ଫୀତି ୬.୬୮% ହୋଇଛି। ‘ଉଜ୍ଜ୍ବଳା’ ଯୋଜନା ଏକ ନିର୍ବାଚନ ଧୂଆଁବାଣ ଥିଲା। ଶ୍ରୀ ରାୟ କହିଛନ୍ତି, ମୁଦ୍ରାସ୍ଫୀତି ବୃଦ୍ଧି ତାଲିକାରେ ପ୍ରଥମ ୮ଟି ରାଜ୍ୟ ମଧ୍ୟରେ ସାତଟି ବିଜେପିଶାସିତ ରାଜ୍ୟ ରହିଛି। ଛତିଶଗଡ଼, ବିହାର, ଓଡ଼ିଶା ଓ ୟୁପି ଯଥାକ୍ରମେ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଥିଲାବେଳେ ପଞ୍ଚମ ସ୍ଥାନରେ ଅଣ ବିଜେପି ଶାସିତ ରାଜ୍ୟ ଭାବେ କେରଳ ରହିଛି। ମଧ୍ୟପ୍ରଦେଶ, ଗୁଜରାଟ ଓ ହରିଆଣା ଯଥାକ୍ରମେ ଷଷ୍ଠ, ସପ୍ତମ ଓ ଅଷ୍ଟମ ସ୍ଥାନରେ ରହିଛନ୍ତି। ଶ୍ରୀ ତ୍ରିପାଠୀ କହିଥିଲେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ହିସାବରେ ଦେଶର ପେଟ୍ରୋଲ ଓ ଡିଜେଲ ଦର ସ୍ଥିର କରାଯିବ ବୋଲି ସରକାରଙ୍କ ତରଫରୁ କୁହାଯାଇଥିଲା; ହେଲେ ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ହ୍ରାସ ପାଇବା ପରେ ମଧ୍ୟ ଦେଶରେ ପେଟ୍ରୋଲ, ଡିଜେଲ ଦର ବଢ଼ୁଛି ବା ଅପରିବର୍ତ୍ତିତ ରହୁଛି। ଦରବୃଦ୍ଧି ନିୟନ୍ତ୍ରଣକୁ ଆଣିବାରେ ସରକାର ବିଫଳ ହେଲେ ଆଗାମୀ ଦିନରେ ରାଜ୍ୟର ପ୍ରତି ବ୍ଲକ ଓ ପଞ୍ଚାୟତସ୍ତରରେ ବିକ୍ଷୋଭ ପ୍ରଦର୍ଶନ କରାଯିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories