www.samajalive.in
Friday, November 14, 2025
25.1 C
Bhubaneswar

ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ

ସମାଜ ଡିଜିଟାଲ ଡେସ୍କ: ବିଜେଡି ସାଂସଦ ମମତା ମହାନ୍ତ ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଗ୍ରହଣ କରିଛନ୍ତି। ବୁଧବାର ରାଜ୍ୟ ସଭା ଅଧ୍ୟକ୍ଷ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ମମତା ହେଉଛନ୍ତି ମୟୂରଭଞ୍ଜ ଜିଲା କୁଡ଼ୁମୀ ସମ୍ପ୍ରଦାୟର ଟାଣୁଆ ନେତ୍ରୀ। ସେ ୨୦୨୦ ମସିହାରେ ବିଜୁ ଜନତା ଦଳ ତରଫରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ।

- Advertisement -

ଇସ୍ତଫା ସମ୍ପର୍କରେ ମମତା ନିଜେ ମଧ୍ୟ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବିଜୁ ଜନତା ଦଳ ଆଜି ମୋର ସେବାର ଆବଶ୍ୟକତା କରୁନାହିଁ। ଯେହେତୁ ମୁଁ ଲୋକଙ୍କ ନେତା ଏବଂ ସେମାନଙ୍କ ସେବା ହିଁ ମୋର ମୁଖ୍ୟ ଧ୍ୟେୟ, ସେଥିପାଇଁ ମୁଁ ସେ ଦଳରେ ରହିବାର ଆବଶ୍ୟକତା ଅନୁଭବ କଲି ନାହିଁ। ସେଥିଲାଗି ସେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟତା ଏବଂ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ପତ୍ର ସେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ବି ପଠାଇଥିବା କହିଛନ୍ତି। ତାଙ୍କ କାର୍ଯ୍ୟକାଳ ପୂରିବାକୁ ଆଉ ୨୧ ମାସ ସମୟ ବାକି ଥିଲା। ଏହି ଇସ୍ତଫା ଫଳରେ ରାଜ୍ୟସଭାରେ ବିଜେଡି ସାଂସଦଙ୍କ ସଂଖ୍ୟା ହ୍ରାସ ପାଇଛି। ପୂର୍ବରୁ ୯ ସାଂସଦ ଥିବାବେଳେ ଏବେ ତାହା ଖସି ୮ରେ ପହଞ୍ଚିଛି।

Hot this week

ବିହାର ଜନାଦେଶ: ୧୯୦ ସିଟରେ ଆଗୁଆ ଏନଡିଏ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି...

୭ମ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୩୬, ୦୮୮ ଭୋଟ୍

ନୂଆପଡ଼ା: ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ।...

ବିହାର ଜନାଦେଶ: ଏନଡିଏକୁ ବଡ ସଫଳତା, ପଛରେ ମହାମେଣ୍ଟ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନରେ ମ୍ୟାଜିକ ନମ୍ବର ପାର...

ବିହାର ଜନାଦେଶ: ୧୭୫ ସିଟରେ ଆଗୁଆ ରହିଛି ଏନଡିଏ, ମହାମେଣ୍ଟ ୬୪

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି...

ଦିଲ୍ଲୀ ବିସ୍ଫୋରଣ: ମାଷ୍ଟରମାଇଣ୍ଡର ଘର ଉଡାଇଲେ ସୁରକ୍ଷା କର୍ମୀ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀର ଲାଲକିଲ୍ଲାଠାରେ କାର ବିସ୍ଫୋରଣ ଘଟାଇ ଥିବା...

Related Articles

Popular Categories