www.samajalive.in
Wednesday, December 10, 2025
18.1 C
Bhubaneswar

ବ୍ୟାରିକେଡ ଭାଙ୍ଗିଲେ ବିଜେଡି କର୍ମୀ: ପୁଲିସର ପାଣିମାଡ

ଭୁବନେଶ୍ୱର: ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ । ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ  ବିଧାନସଭା ଘେରାଉ କରିଛି ବିଜେଡି  । ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧି ମାନେ ଏକାଠି ହୋଇ ପ୍ରଥମ ବ୍ୟାରିକେଡ ଭାଙ୍ଗି ଦ୍ୱିତୀୟ ବ୍ୟାରିକେଡ ଭାଙ୍ଗିବାକୁ ପ୍ରୟାସ କରୁଥିବା ବେଳେ ପୁଲିସ ସେମାନଙ୍କୁ ଅଟକାଇଛି ।
ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ବିଜେଡି କର୍ମୀ ଓ ପୁଲିସ ମୁହାଁମୁହିଁ ହୋଇଛନ୍ତି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଉଠାଇ ନେଇଥିବା ସୂଚନା ମିଳିଛି  । ବିଜେଡି କର୍ମୀମାନେ ଜୋର ଜବରଦସ୍ତ ବ୍ୟାରିକେଡ ଭାଙ୍ଗି ଯିବାକୁ ଉଦ୍ୟମ କରୁଥିବା ବେଳେ ପୁଲିସ ସେମାନଙ୍କ ଉପରେ ପାଣିମାଡ କରିଛି । ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର ଓ ଜିଲ୍ଲା ପରିଷଦ ପ୍ରତିନିଧିମାନେ ସାମିଲ ହୋଇ ବିକ୍ଷୋଭ କରିଛନ୍ତି ।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories