www.samajalive.in
Friday, December 5, 2025
20.1 C
Bhubaneswar

ପୋଲାଭରମ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିବେ ବିଜେଡି ଟିମ୍‌‌

ସମାଜ ଡିଜିଟାଲ ଡେସ୍କ: ପୋଲାଭରମ ପ୍ରକଳ୍ପ ନିର୍ମାଣ ପରେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିବେ ବିଜେଡି ଟିମ୍‌‌। ଏନେଇ ଏକ ଟିମ୍‌‌ ଗଠନ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ଟିମ୍‌‌ ଗଠନ ହୋଇଥିବା ବେଳେ ଏଥିରେ ଦେବୀ ପ୍ରସାଦ ମିଶ୍ର, ପ୍ରଦୀପ ମାଝୀ, ଭୃଗୁ ବକ୍ସିପାତ୍ର ଓ ସ୍ଥାନୀୟ ଅଞ୍ଚଳର ନେତା ରହିଛନ୍ତି। ମାଲକାନଗିରି ମୋଟୁ କ୍ଷତିଗସ୍ତ ଅଞ୍ଚଳ ପରିଦର୍ଶନ କରି ସଭାପତିଙ୍କୁ ରିପୋର୍ଟ ପ୍ରଦାନ କରିବେ। ସୂଚନା ଅନୁସାରେ କେନ୍ଦ୍ରୀୟ ବଜେଟରେ ପୋଲାଭରମ ପ୍ରକଳ୍ପକୁ ଗୁରୁତ୍ୱ ଦିଆଯାଇ ଆନ୍ଧ୍ରକୁ ସହାୟତା ଦେବା ନେଇ ଉଦବେଗ ପ୍ରକାଶ ପାଇଥିଲା। ପ୍ରକଳ୍ପ କାମ ଶୀଘ୍ର ସାରିବାକୁ କୁହାଯିବା ପରେ କଂଗ୍ରେସ ଓ ବିଜେଡି ନେତା ପ୍ରଶ୍ନ ଉଠାଇଛନ୍ତି। ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେଲେ ଓଡ଼ିଶାର ଅନେକ ଅଞ୍ଚଳ ଜଳମଗ୍ନ ହେବ ଅଭିଯୋଗ କରିଛନ୍ତି ବିରୋଧୀ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories