www.samajalive.in
Sunday, December 14, 2025
26.1 C
Bhubaneswar

୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ଲଢ଼ିବ ବିଜେଡି, ସୂଚନା ଦେଲେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ଦାସ

ଭୁବନେଶ୍ବର: ବିଜେପି-ବିଜେଡି ମେଣ୍ଟକୁ ନେଇ  ରାଜ୍ୟରେ ଚର୍ଚ୍ଚାରେ ଲାଗି ରହିଥିବାବେଳେ ଆଜି ଉଭୟ ଦଳ ପକ୍ଷରୁ ଟ୍ବିଟରରେ ଏକାକୀ ଲଢ଼ିବା ନେଇ ସୂଚନା ଦିଆଯାଇଛି। ପୂର୍ବରୁ ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଥିଲେ। ଏହାପରେ ରାଜ୍ୟରେ ଥିବା ସମସ୍ତ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ବିଜେଡି ଲଢ଼ିବ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ବିଜେଡି ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ ବୋଲି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟ୍ବିଟ କରି ଲେଖିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି। ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ  ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ। ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ ଓ ରାଷ୍ଟ୍ରନୀତିଜ୍ଞତା  ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ। ନୂତନ ଓ ସଶକ୍ତ ଓଡ଼ିଶା ଆମର ଲକ୍ଷ୍ୟ ହେବ ଏବଂ ଆମର ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆମେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ ବୋଲି କହିଛନ୍ତି ପ୍ରଣବ ପ୍ରକାଶ ଦାସ।

- Advertisement -

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories