ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ ଦେବ ବିଜେଡ଼ି

ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ବିଜେଡ଼ି ସମର୍ଥନ ଦେବ ବୋଲି ଘୋଷଣା କରିଛି। ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲବେଳେ ବିଜେଡ଼ି ସାଂସଦ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏନେଇ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ। ଏହାପରେ ବିଜେଡ଼ି ପକ୍ଷରୁ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ ଦିଆଯିବ ବୋଲି ଘୋଷଣା କରାଯାଇଥିଲା। ପୂର୍ବରୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ମଧ୍ୟ ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଘୋଷଣା କରିଥିଲା।

Comments are closed.