www.samajalive.in
Monday, December 15, 2025
17.1 C
Bhubaneswar

୬୨ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ 

ଖଲିକୋଟ: ଗଞ୍ଜାମ ଜିଲାରେ ବିଜେଡିର ମହାମିଶ୍ରଣ ପର୍ବ ଆଜି ଅନୁଷ୍ଠିତ ହେଉଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ପୂର୍ବତନ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, ଏଆଇସିସି ସଦସ୍ୟ ବିକ୍ରମ ପଣ୍ଡା ଓ ଗଞ୍ଜାମ ଜିଲା କଂଗ୍ରେସ ସଭାପତି ଭଗବାନ ଗନ୍ତାୟତ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗଦେବେ । ଗତ ସପ୍ତାହରେ ଏହି ତିନି ନେତା କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଏମାନଙ୍କ ବ୍ୟତୀତ ଗଞ୍ଜାମ ଜିଲାର ପ୍ରାୟ ୫୦ ଜଣ କଂଗ୍ରେସ ନେତା ୨୦ ହଜାର ସମର୍ଥକଙ୍କ ସହିତ ବିଜେଡିରେ ଯୋଗ ଦେବେ । ଏଥିପାଇଁ ଖଲିକୋଟ କଲେଜ୍‌ ଷ୍ଟାଡିୟମ୍‌ରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ମିଶ୍ରଣ ପର୍ବ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗଞ୍ଜାମ ଜିଲାରେ ୬୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନା କରିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories