www.samajalive.in
Friday, December 5, 2025
20.1 C
Bhubaneswar

ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି

ଭୁବନେଶ୍ବର : ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି ଭାରତୀୟ ଜନତା ପାର୍ଟି  । ଲୋକସଭା ନିର୍ବାଚନ ୨୦୨୪ ପାଇଁ ରବିବାର ନିଜ ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେପି । ଏହି ତାଲିକାରେ ଓଡ଼ିଶା ନାଁ ମଧ୍ୟ ସାମିଲ ଅଛି । ରାଜ୍ୟରେ ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ଦଳ ନାଁ ଘୋଷଣା କରିଛି । ଭୁବନେଶ୍ବରରୁ ସାଂସଦ ଅପରାଜିତା ଷଡଙ୍ଗୀ ନିର୍ବାଚନ ଲଢିବେ । ସେହିଭଳି ପୁରୀରୁ ଲଢିବେ ସମ୍ବିତ ପାତ୍ର । କେନ୍ଦ୍ରାପଡାରୁ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦଳ ଚୟନ କରିଥିବାବେଳେ ସମ୍ବଲପୁର ଲୋକସଭା ନିର୍ବାଚନ ମଣ୍ଡଳୀରୁ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହୋଇଛନ୍ତି । ସେହିଭଳି କେନ୍ଦୁଝରରୁ ଅନନ୍ତ ନାୟକ, ମୟୁରଭଞ୍ଚରୁ ନବଚରଣ ମାଝୀ, ବାଲେଶ୍ବରରୁ ପ୍ରତାପ ଷଡଙ୍ଗୀ, ଭଦ୍ରକରୁ ଅଭିମନ୍ୟୁ ସେଠୀ,  ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବଲାଙ୍ଗିରରୁ ସଙ୍ଗୀତା ସିଂହଦେଓ ନିର୍ବାଚନ ଲଢିବେ । ତେବେ ଆଉ ୩ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇନି । କଟକ, ଯାଜପୁର ଓ କନ୍ଧମାଳ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇନି ।

- Advertisement -

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories