www.samajalive.in
Saturday, December 6, 2025
15.1 C
Bhubaneswar

ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ ଓ ମଣିପୁର ପାଇଁ ଭାଜପାର ପ୍ରଭାରୀ ନିଯୁକ୍ତ

ନୂଆଦିଲ୍ଲୀ: ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ ଓ ମଣିପୁର ପାଇଁ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରଭାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନଙ୍କ ସହିତ ଦଳର ଅନ୍ୟ ନେତାମାନଙ୍କୁ ମଧ୍ୟ ଉକ୍ତ ରାଜ୍ୟଗୁଡିକରେ ନିର୍ବାଚନ ଦାୟିତ୍ୱରେ ଅବସ୍ଥାପିତ କରାଯାଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ଦାୟିତ୍ୱ ନ୍ୟସ୍ତ କରାଯାଇଛି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର, ଅର୍ଜୁନ ରାମ ମେଘାୱାଲ, ଶୋଭା କାରାଣ୍ଡଲାଜେ, ଅନ୍ନପୂର୍ଣ୍ଣା ଦେବୀ, ସାଂସଦ ସରୋଜ ପାଣ୍ଡେ ଓ ବିବେକ ଠାକୁରଙ୍କୁ ଉତ୍ତର ପ୍ରଦେଶ ନିର୍ବାଚନର ସହପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି।

ସେହିଭଳି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଉତ୍ତରାଖଣ୍ଡ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ତାଙ୍କ ସହିତ ଭାଜପା ସାଂସଦ ଲକେଟ ଚାଟାର୍ଜୀଙ୍କୁ ସହ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କୁ ପ୍ରଭାରୀ ଭାବରେ ନିଯୁକ୍ତ କରାଯାଇଥିବାବେଳେ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହ ପୁରୀ ଏବଂ ମିନାକ୍ଷୀ ଲେଖିଙ୍କୁ ସହପ୍ରଭାରୀ ଦାୟିତ୍ୱ ନ୍ୟସ୍ତ କରାଯାଇଛି। କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ମଣିପୁର ବିଧାନସଭା ନିର୍ବାଚନ ପାଇଁ ଦଳର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଉକ୍ତ ରାଜ୍ୟ ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରତିମା ଭୌମିକ ଏବଂ ଆସାମର ମନ୍ତ୍ରୀ ଅଶୋକ ସିଂଘଲଙ୍କୁ ସହପ୍ରଭାରୀ ନିଯୁକ୍ତ କରାଯାଇଛି। ସୂଚନାଯୋଗ୍ୟ ଯେ ଆସନ୍ତା ବର୍ଷ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୋଆ, ମଣିପୁର ଏବଂ ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories