www.samajalive.in
Friday, December 5, 2025
23.1 C
Bhubaneswar

ମଞ୍ଚରେ କଇଁ କଇଁ ହୋଇ କାନ୍ଦିଲେ ଜୟ ଢୋଲକିଆ

ସମାଜଲାଇଭ ଡେସ୍କ: ପ୍ରଚାର ସଭା ମଞ୍ଚରେ କଇଁ କଇଁ ହୋଇ କାନ୍ଦିଲେ ନୂଆପଡ଼ା ଉପନିର୍ବାଚନର ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ଗୁରୁବାର କୋମନାରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଉଥିବାବେଳେ ପାଖରେ ଛିଡ଼ା ହୋଇଥିବା ଜୟ କାନ୍ଦି ପକାଇଥିଲେ। ଜୟଙ୍କୁ ବିଜେଡି ରାଜେନ୍ଦ୍ର ଢୋଲକିଆଙ୍କ ବେଇମାନ ପୁଅ ବୋଲି କହିଥିଲା। ମୁଖ୍ୟମନ୍ତ୍ରୀ ଏହି ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଥିବାବେଳେ ଏହା ଶୁଣି ଜୟଙ୍କ ଆଖିରେ ଲୁହ ଚାଲିଆସିଥିଲା। ଏଭଳି ଦୃଶ୍ୟ ମଞ୍ଚରେ ଏକପ୍ରକାର ଭାବବିହ୍ବଳ ପରିବେଶ ସୃଷ୍ଟି କରିଥିଲା।

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଜୟଙ୍କୁ ବେଇମାନ ପୁଅ ବୋଲି କହିଥିଲେ। ଏହା ଉପରେ ମୁଖ୍ୟମନ୍ତ୍ରୀ କହିଥିଲେ, ପୂର୍ବରୁ ତାଙ୍କ ପାଟିରୁ କେବେ ଏଭଳି ଶବ୍ଦ ବାହାରିନାହିଁ। ତାଙ୍କୁ ବୋଧହୁଏ କେହି ସ୍କ୍ରିପ୍ଟ ଧରାଇ ଦେଇଥିଲେ। ସେଥିରେ ଯାହା ଲେଖାଯାଇଥିଲା ତାହାକୁ ସେ ପଢ଼ିଥିଲେ। ସେ ବେଇମାନର ଅର୍ଥ କ’ଣ ଜାଣି ନ ଥିବେ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories