ଭୁବନେଶ୍ୱର:ସ୍ୱର ସାମ୍ରାଜ୍ଞୀ ଲତା ମଙ୍ଗେଶକରଙ୍କ ବିୟୋଗରେ ରାଜ୍ୟସଭାପତି ସମୀର ମହାନ୍ତି ଗଭୀର ଶୋକବ୍ୟକ୍ତ କରିବା ସହ ରାଜ୍ୟ କାର୍ଯ୍ୟାଳରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳୀ କାର୍ଯ୍ୟକ୍ରମରେ ତାଙ୍କ ଫଟୋ ଚିତ୍ରରେ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ଏହି ଅବସରରେ କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।
ସଂଗୀତ ଦୁନିଆକୁ ଲତା ଦିଦିଙ୍କ ଅବଦାନ ଚିରସ୍ମରଣୀୟ। ଲତା ଦିଦି ଆମ ହୃଦୟରେ ଯୁଗେ ଯୁଗେ ରହିବେ। ତାଙ୍କ ବିୟୋଗକୁ ଶବ୍ଦରେ ବର୍ଣ୍ଣନା କରିହେବ ନାହିଁ। ସଂଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସ୍ୱର୍ଗତଃ ଲତା ମଙ୍ଗେଶକରଙ୍କ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କର ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ରାଜ୍ୟ ବିଜେପି ତରଫରୁ ଶ୍ରୀମହାନ୍ତି ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ସମବେଦନା ଜ୍ଞାପନ କରିଛନ୍ତି। ଏହି ଶ୍ରଦ୍ଧାଞ୍ଜଳୀ କାର୍ଯ୍ୟକ୍ରମରେ ପାର୍ଟିର ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ସ୍ୱର ସାମ୍ରାଜ୍ଞୀ ଭାରତରତ୍ନ ଲତା ମଙ୍ଗେଶକରଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
Popular Categories



