www.samajalive.in
Monday, December 15, 2025
16.1 C
Bhubaneswar

ମନ୍ଦିର ଖୋଲିବା ନେଇ ଠୋସ ପଦକ୍ଷେପ ଗ୍ରହଣ ନିମନ୍ତେ ବିଜେପିର ଦାବି

ଭୁବନେଶ୍ୱର : କରୋନା ମହାମାରୀ ଏବଂ ଲୋକଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନକୁ ବନ୍ଦ ରଖିବା ପାଇଁ କଟକଣା ଜାରି କରାଯାଇଥିଲା। ପରବର୍ତୀ ସମୟରେ କେନ୍ଦ୍ର ସରକାରଙ୍କ ଅନଲକ-୧ ଗାଇଡଲାଇନ ଅନୁଯାୟୀ ଜୁନ୍‍ ୮ ତାରିଖରୁ ଧର୍ମାନୁଷ୍ଠାନ ଖୋଲିବା ନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। କିନ୍ତୁ ଏଯାବତ୍‍ ରାଜ୍ୟସରକାର ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ସମେତ ଛୋଟ ବଡ ମନ୍ଦିର ଖୋଲିବା ନେଇ କୌଣସି ନିଷ୍ପତ୍ତି  ନନେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛି ବିଜେପି । ତେଣୁ ରାଜ୍ୟ ସରକାର ତୁରନ୍ତ ଏ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଦଳ ଦାବି କରିଛି ।

ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ  ଓଡିଶା ଜନସାଧାରଣଙ୍କର ଆସ୍ଥା ଏବଂ ବିଶ୍ୱାସର ପ୍ରତୀକ ହେଉଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ। କିନ୍ତୁ ଦୁର୍ଭାଗ୍ୟର ବିଷୟ ଦୀର୍ଘଦିନ ଧରି  ଶ୍ରୀମନ୍ଦିର ବନ୍ଦ ହୋଇ ପଡିଛି। ରାଜ୍ୟରେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନେଇ ରାଜ୍ୟସରକାର ଚୂଡାନ୍ତ ନିଷ୍ପତି ନେବା ପାଇଁ ମାନ୍ୟବର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ସତ୍ୱେ ବି ରାଜ୍ୟସରକାର ଏ ଦିଗରେ କୌଣସି ପଦକ୍ଷେପ ନନେଇ ଚୁପ୍‍ରହିବା ଅତ୍ୟନ୍ତ ନିନ୍ଦନୀୟ। ରାଜ୍ୟସରକାର  ଭକ୍ତକୁ ଭଗବାନଙ୍କଠାରୁ ଦୂରେଇ ରଖି କୋଟିକୋଟି ଭକ୍ତଙ୍କର ଆସ୍ଥା ଏବଂ ଭାବନାକୁ କୁଠାରଘାତ କରୁଛନ୍ତି ।ଅନ୍ୟ ରାଜ୍ୟ ଗୁଡିକରେ ମନ୍ଦିର ଏବଂ ଧର୍ମାାନୁଷ୍ଠାନ ଗୁଡିକ ମାନକପରିଚାଳନା ପ୍ରକ୍ରିୟା (ଏସଓପି)ପାଳନ କରାଯାଇ ଖୋଲା ହୋଇଛି। ଗତ କିଛି ଦିନତଳେ ମାତା ବୈଷ୍ଣୋ ଦେବୀଙ୍କ ମନ୍ଦିର ଖୋଲାଯାଇଛି। ତିରୁପତି ଠାରେ  ବାଲାଜୀଙ୍କ ମନ୍ଦିର ଏସଓପି ପାଳନ କରି ଖୋଲାଯାଇଥିବାରୁ ଭକ୍ତମାନେ ପ୍ରଭୁଙ୍କ ଦର୍ଶନ କରିପାରୁଛନ୍ତି। ଯଦି ଅନ୍ୟ ରାଜ୍ୟମାନଙ୍କରେ ମନ୍ଦିର ଖୋଲ ଯାଇ ପାରୁଛି ତେବେ ଓଡିଶାରେ ଅସୁବିଧା କେଉଁଠି ରହିଛିି ? ଓଡିଆ ଲୋକଙ୍କୁ ପ୍ରଭୃ ଜଗନ୍ନାଥଙ୍କ ଦର୍ଶନଠାରୁ ଦୂରେଇ ରଖିବାର ଉଦ୍ଦେଶ୍ୟ କ’ଣ ରାଜ୍ୟସରକାର ଏହାର ଉତର ଦେବା ଆବଶ୍ୟକ।  ରାଜ୍ୟସରକାର ଏହାକୁ ଗୁରୁତର ସହ ନେଇ କୋଭିଡ ୧୯ ନିୟମ ଅନୁଯାୟୀ ଏସଓପି ପାଳନକରି ମନ୍ଦିର ଏବଂ ଧର୍ମାନୁଷ୍ଠାନ ଖୋଲନ୍ତୁ ବୋଲି ଶ୍ରୀ ହରିଚନ୍ଦନ ଦାବି କରିଛନ୍ତି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories