www.samajalive.in
Sunday, December 7, 2025
23.1 C
Bhubaneswar

ମାହାଙ୍ଗା କୁଳମଣି ବରାଳଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାଜ୍ୟର ସମସ୍ତ ଜିଲ୍ଲା ଏସପି କାର୍ଯ୍ୟାଳୟ ଘେରାଉ କଲା ବିଜେପି

ଭୁବନେଶ୍ୱର: ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପ୍ରରୋଚନାରେ ଭାରତୀୟ ଜନତା ପାର୍ଟୀର ବରିଷ୍ଠ କାର୍ଯ୍ୟକର୍ତା ତଥା କଟକ ଜିଲ୍ଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରି ବିଜେପି ରାଜ୍ୟର ବିଭିନ୍ନ ଏସପିଙ୍କ କାର୍ଯ୍ୟାଳୟ ଘେରାଉ କରିଛି । ଦଳ ପକ୍ଷରୁ କୁହାଯାଇଛି ଯେ  ପଶ୍ଚିମବଙ୍ଗ ପରି ଓଡିଶାରେ ରାଜନୈତିକ ହିଂସା ଦେଖାଦେଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୁଦ୍ଧରେ ସ୍ୱର ଉତୋଳନ କଲେ ଯେପରି ବିଜେପି ନେତାଙ୍କୁ ହତ୍ୟା କରାଯାଉଛି ଠିକ୍‍ ସେହିପରି ରାଜ୍ୟରେ ବିଜେଡିର ଦୁର୍ନୀତି ଭଷ୍ଟ୍ରାଚାର ବିରୁଦ୍ଧରେ ମୁହଁ ଖୋଲିଲେ ଶାସକ ଦଳ ନେତାଙ୍କ ନିର୍ଦ୍ଦେଶରେ ବିରୋଧୀଙ୍କୁ ହତ୍ୟା କରାଯାଉଛି। ଏହି ହତ୍ୟାକାଣ୍ଡରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ୧୪ ଜଣଙ୍କ ନାଁରେ ଏତଲା ଦିଆଯାଇଛି। କିନ୍ତୁ ପୋଲିସ ଶାସକ ଦଳ ଚାପରେ ଆଇନ ମନ୍ତ୍ରୀଙ୍କୁ ଗିରଫ କରିବା ତ ଦୂରର କଥା ତାଙ୍କୁ ତଦନ୍ତ ପରିସରଭୃକ୍ତ କରୁନାହିଁ। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ଗିରଫ କରିବା ସହ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରିବା ଦାବିରେ ଆଜି ରାଜ୍ୟର ସମସ୍ତ ଜିଲ୍ଲାର ଏସପି କାର୍ଯ୍ୟାଳୟ ଘେରାଓ କରାଯାଇଛି।

- Advertisement -

ବିଜେପି ନେତାଙ୍କୁ ଯେଉଁଭଳି ହତ୍ୟା କରାଗଲା, ତାହା ଅତ୍ୟନ୍ତ ଘୃଣ୍ୟ ଏବଂ ନିନ୍ଦନୀୟ। ଶାନ୍ତିପୂର୍ଣ୍ଣ ରାଜ୍ୟ ଓଡିଶାରେ ଏହିଭଳି ଘୃଣ୍ୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିରୋଧୀଙ୍କ କଣ୍ଠୋରୋଧ କରିବା ପାଇଁ ହତ୍ୟା ଭଳି ଘୃଣ୍ୟ କାର୍ଯ୍ୟକରିବାକୁ ମଧ୍ୟ ଶାସକ ବିଜେଡି ପଛାଉ ନାହିଁ। ନବୀନ ବାବୁଙ୍କ ନେତୃତ୍ୱରେ ପରିଚାଳିତ ରାଜ୍ୟସରକାର ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଠିକ୍‍ ଢଙ୍ଗରେ ପରିଚାଳନା କରିବାରେ ବିଫଳ ହେବା କାରଣର ଆଇନ ଶୃଙ୍ଖଳା ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ସମ୍ବିଧାନର ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯାଉ ବୋଲି କହି ମିଛଠାରେ ବାଃ ବାଃ ନେବାର ଅପଚେଷ୍ଟା କରୁଥିବା ମୁଖ୍ୟମନ୍ତ୍ରୀ ବର୍ତମାନ ହିଂସାକୁ ପ୍ରଶୟ ଦେବା ସହ ରାଜନୈତିକ ହତ୍ୟା ଭଳି ଘୃଣ୍ୟ କାର୍ଯ୍ୟକରିବାକୁ ମଧ୍ୟ ପ୍ରଶ୍ରୟ ଦେଉଛନ୍ତି ବୋଲି ଦଳ ପକ୍ଷରୁ କୁହାଯାଇଛି ।

ମାହାଙ୍ଗା ଡବଲ ମର୍ଡର ଘଟଣାରେ ସଂପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାନଗଲେ ଆଗାମୀ ଦିନରେ ବିଜେପି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ଗତକାଲି ବିଜେପି ରାଜ୍ୟର ସମସ୍ତ ଥାନା ଘୋରାଓ କରିଥିବାବେଳେ ଆଜି ଏସପି ଏଫିସ ଘେରାଓ କରାଯାଇଛି ଏବଂ ଅ।।ସନ୍ତା ୮ ତାରିଖ ଦିନ ଡିଜି ଅଫିସ ଘେରାଓ କରାଯିବ। ଅଭିଯୁକ୍ତ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦିଅନ୍ତୁ ନଚେତ, ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ତୁରନ୍ତ ବହିଷ୍କାର କରିବାକୁ ବିଜେପି ଦାବି କରିଛି।

ଆଜି ଖୋର୍ଦ୍ଧା, କଟକ, ପୁରୀ, ବରଗଡ, ଅନୁଗୁଳ, ଢେଙ୍କାନାଳ, ନୂଆପଡା, ଝାରସୁଗୁଡା, କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ, ଗଜପତି, ବାରିପଦା, ଭଦ୍ରକ, ବାଲେଶ୍ୱର, ବଲାଙ୍ଗୀର ସମେତ ରାଜ୍ୟର ସମସ୍ତ ଜିଲ୍ଲାର ଏସପି କାର୍ଯ୍ୟାଳୟ ଘେରାଓ କରାଯାଇଥିଲା।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories