www.samajalive.in
Saturday, December 6, 2025
23.1 C
Bhubaneswar

ବାତ୍ୟା ‘ୟସ’ ମୁକାବିଲା ପାଇଁ ବିଜେପି ଗଠନ କଲା ରାଜ୍ୟସ୍ତରୀୟ କୋର୍ଡିନେସନ କମିଟି

ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟି ହୋଇ କ୍ରମଶଃ ଘନୀଭୂତ ହେଉଥିବା ବାତ୍ୟା ‘ୟସ’ ଓଡିଶା ଏବଂ ପଶ୍ଚିମବଙ୍ଗ ରାଜ୍ୟ ମଧ୍ୟ ଦେଇ ଗତି କରିବ। ଏହା ଦ୍ୱାରା ରାଜ୍ୟର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ମୟୁରଭଂଜ, କେନ୍ଦୁଝର, ଗଞ୍ଜାମମ ଜିଲା ପ୍ରଭାବିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ଅବଗତ କରେଇଛି। ଏଥି ସହ ବାତ୍ୟା ପ୍ରବାହିତ ଅଞ୍ଚଳରେ ବହୁ ଧନଜୀବନ, ପଶୁସଂପଦ କ୍ଷୟକ୍ଷତି ମଧ୍ୟ ହେବ। ଗତ କାଲି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ସମୀକ୍ଷା ବୈଠକରେ ରାଜ୍ୟ ନେତୃବୃନ୍ଦଙ୍କ ସହ ଆଲୋଚନା କରି ପ୍ରଭାବିତ ବାତ୍ୟାଞ୍ଚଳବାସୀଙ୍କୁ ସମସ୍ତ ପ୍ରକାରର ସହଯୋଗ ଓ ସହାୟତା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବାତ୍ୟା ‘ୟସ’ ମୁକାବିଲା ପାଇଁ ବିଜେପି ତରଫରୁ ଏକ ରାଜ୍ୟସ୍ତରୀୟ କୋର୍ଡିନେସନ କମିଟି ସହ ପ୍ରଭାବିତ ୧୨ଟି ଜିଲ୍ଲାରେ କୋର୍ଟିନେସନ କମିଟି ଗଠନ କରିବାକୁ ଶ୍ରୀ ନଡ୍ଡା ପରାମର୍ଶ ଦେଇଥିଲେ।

 

- Advertisement -

ଏହି କମିଟି ରାଜ୍ୟ ସରକାର, ସ୍ଥାନୀୟ ପ୍ରଶାସନ, ବିଭିନ୍ନ ସରକାରୀ ବିଭାଗ, ବିପର୍ଯ୍ୟୟ ମ୍ୟାନେଜମେଂଟ ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ଏନଡିଆରଏଫ ଇତ୍ୟାଦିଙ୍କ ସହ ସମନ୍ୱୟ ରକ୍ଷା କରି ସାଧାରଣ ଜନତାଙ୍କୁ ସହୟତା ଓ ସହଯୋଗ କରିବେ।
ଏହି ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ସମୀର ମହାନ୍ତି ୫ ଜଣିଆ ‘ରାଜ୍ୟ କୋର୍ଡିନେସନ କମିଟି’ ଗଠନ କରିଛନ୍ତି। ପୂର୍ବତନ ରାଜସ୍ୱ ମନ୍ତ୍ରୀ ଓ ବରିଷ୍ଠ ନେତା ମନମୋହନ ସାମଲ ଏହି କମିଟିର ରାଜ୍ୟ ସଂଯୋଜକ ହୋଇଥିବାବେଳେ ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଡ.ଲେଖାଶ୍ରୀ ସାମନ୍ତସିଂହାର ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିନୋଦ ଦାଶ ସଦସ୍ୟ ଅଛନ୍ତି। ସେହିପରି ବାତ୍ୟା ପ୍ରଭାବିତ ୧୨ଟି ଜିଲ୍ଲାରେ ୩ ଜଣିଆ ‘ଜିଲା କୋର୍ଡିନେସନ କମିଟି’ ଗଠନ ହୋଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories