www.samajalive.in
Monday, December 8, 2025
14.1 C
Bhubaneswar

ତିର୍ତୋଲ ଓ ବାଲେଶ୍ଵର ଉପନିର୍ବାଚନ ଲାଗି ବିଜେପିର ପରିଚାଳନା କମିଟି

ଭୁବନେଶ୍ଵର: ବାଲେଶ୍ଵର ଓ ତିର୍ତୋଲ ଉପନିର୍ବାଚନ ନିମନ୍ତେ ବିଜେପି ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ରାଜ୍ୟ ସଭାପତି ସମୀର ମହାନ୍ତି ଦୁଇ ନିର୍ବାଚନମଣ୍ଡଳୀ ନିମନ୍ତେ ଦୁଇଟି ଭିନ୍ନଭିନ୍ନ ପରିଚାଳନା କମିଟି ଗଠନ କରିଛନ୍ତି ।

- Advertisement -

ବାଲେଶ୍ଵର ନିମନ୍ତେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ସାଂସଦ ବିଶ୍ଵେଶ୍ଵର ଟୁଡ଼ୁ , ବିଧାୟକ ବିଷ୍ଣୁ ସେଠୀ, ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ନିଳଗିରି ବିଧାୟକ ସୁକାନ୍ତ ନାୟକ, କେନ୍ଦୁଝର ବିଧାୟକ ମୋହନ ମାଝିଙ୍କ ସମେତ ୧୬ଜଣିଆ ପରିଚାଳନା କମିଟି ଗଠନ ହୋଇଛି ।

ଅନୁରୂପ ଭାବରେ ତିର୍ତୋଲ ନିମନ୍ତେ ସାଂସଦ ତଥା ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, ପୂର୍ବତନ ମନ୍ତ୍ରୀ ସମୀର ଦେ, ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଯୁବମୋର୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ,  ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ବରିଷ୍ଠ ନେତା ପ୍ରକାଶ ମିଶ୍ର, ଭୃଗୁ ବକ୍‌ସିପାତ୍ରଙ୍କ ସମେତ ୨୩ ଜଣଙ୍କୁ ପରିଚାଳନା କମିଟିରେ ସାମିଲ କରାଯାଇଛି ।।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories