www.samajalive.in
Friday, December 5, 2025
17.1 C
Bhubaneswar

ବିଜେପିର ପ୍ରତିଶ୍ରୁତି ପାଣିର ଗାର- ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ଭତ୍ତା ପ୍ରସଙ୍ଗରେ ବିଜେପି ଦେଇଥିବା ପ୍ରତିଶ୍ରୁତି ପାଣିର ଗାର ବୋଲି ନବୀନ କହିଛନ୍ତି। ଏକ୍ସରେ ପୋଷ୍ଟ କରି ନବୀନ ଲେଖିଛନ୍ତି ଯେ ‘ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩୦୦୦ ତଥା ୩୫୦୦ ଟଙ୍କା ଭତ୍ତା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେଇଥିଲା। ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ବର୍ଷ ବୟସରୁ ଅଧିକ ବୟସ୍କ ଏବଂ ୮୦ପ୍ରତିଶତ ଅକ୍ଷମତା ତଥା ଭିନ୍ନକ୍ଷମ ଏହି ବର୍ଦ୍ଧିତ ଭତ୍ତା ପାଇବେ। ୪୫ହଜାର କୋଟି ଟଙ୍କାର ଋଣ ନେଇ ମଧ୍ୟ ଘୋଷଣା ପାଳନ କରାଯାଉନାହିଁ। ଏଥିରୁ ପୁରା ସ୍ପଷ୍ଟ ହେଉଛି ବିଜେପିର ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ଭତ୍ତାଧାରୀ ବୟସ୍କ ତଥା ସମସ୍ତ ଓଡ଼ିଶାବାସୀଙ୍କ ସହ ପ୍ରତାରଣା ହୋଇଛି। ଏପରି ପ୍ରତାରଣା ଲୋକଙ୍କ ଭିତରେ ଜନ ଅସନ୍ତୋଷ ବଢାଇଛି ବୋଲି ନବୀନ କହିଛନ୍ତି।
ନବୀନ ଆହୁରି ମଧ୍ୟ କହିଛନ୍ତି ଯେ ଏନେଇ ୧୬ଅଗଷ୍ଟରୁ ବିଜେଡି ଜନଜାଗରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ପ୍ରତି ପଞ୍ଚାୟତରେ ଏନେଇ ସଚେତନତା କାର୍ଯ୍ୟକ୍ରମ କରାଯିବ। ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ବିଜେଡି ଆଗକୁ ବାହାରିବ। ପ୍ରତି କର୍ମୀ ଓ ସଚେତନ ନାଗରିକ ଏଥିରେ ସାମିଲ ହୋଇ ଲୋକଙ୍କୁ ବିଜେପିର ପ୍ରତାରଣା ବିଷୟରେ ଜାଗ୍ରତ କରିବେ। ବିଜେପି ଓଡ଼ିଶାର ଲୋକଙ୍କୁ ଭୁଆଁ ନବୁଲାଇ ପ୍ରତିଶ୍ରୁତି ପାଳନ କରିବ ବୋଲି ମୁଁ ଆଶା କରୁଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories