www.samajalive.in
Tuesday, December 9, 2025
26.1 C
Bhubaneswar

ଧାନ ଓ କୃଷି ଯନ୍ତ୍ରପାତି କ୍ରୟ ଦୁର୍ନୀତିର ସିବିଆଇ ତଦନ୍ତ ଦାବି

କେନ୍ଦୁଝରଗଡ : ରାଜ୍ୟରେ ଧାନ କ୍ରୟ ଓ କୃଷି ଯନ୍ତ୍ରପାତି କିଣାରେ ବ୍ୟାପକ ଦୁର୍ନୀତି ଓ ହେରଫେର ହୋଇଥିବା ଅଭିଯୋଗ କରି ଏହାର ସିବିଆଇ ତଦନ୍ତ ଦାବି କରିଛି ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା । ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ନେତୃତ୍ୱରେ ଜିଲା କୃଷକ ମୋର୍ଚ୍ଚାର ବହୁ ନେତା ଓ କର୍ମୀ କେନ୍ଦୁଝର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ବିଶେଷକରି ଧାନ ଓ କୃଷି ଯନ୍ତ୍ରପାତି କ୍ରୟରେ ବ୍ୟାପକ ଦୁର୍ନୀତି, ସାର କଳାବଜାରୀ, ଧାନ ମଣ୍ଡିରେ ଆବଶ୍ୟକ ସୁବିଧା ସୁଯୋଗ ପ୍ରଦାନ ଆଦି ଦାବିରେ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ରାଧାକାନ୍ତ ମହାନ୍ତ, ଜିଲା କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ଭାଗିରଥୀ ସିଂ, ବିଜେପି ନେତା ଅଖିଳ ନାଏକ, ଡାକ୍ତର ଫକୀର ଚରଣ ନାଏକ, ସତ୍ୟବ୍ରତ ନାଏକଙ୍କ ସମେତ ବହୁ ନେତା ଓ କର୍ମୀ ଯୋଗଦେଇ ଏହି ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇଥିବା ବେଳେ ଉପରୋକ୍ତମର୍ମରେ ଉପଜିଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଥିଲେ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories