www.samajalive.in
Sunday, December 7, 2025
14.1 C
Bhubaneswar

ବରିଷ୍ଠ ବିଜେପି ନେତା ଆଶୋକ ସାହୁଙ୍କ ପରଲୋକ

ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ତଥା ଅବସର ପ୍ରାପ୍ତ ଆଇପିଏସ ଅଫିସର ଆଶୋକ ସାହୁଙ୍କ ଆଜି ପରଲୋକ ହୋଇଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ ତାଙ୍କର ପରଲୋକ ହୋଇଛି ବୋଲି ପରିବାର ପକ୍ଷରୁ କୁହାଯାଉଛି। ଆସାମର ଅତିରିକ୍ତ ପୁଲିସ ଡ଼ିଜି ପଦବୀରୁ ସ୍ୱେଚ୍ଛାକୃତ ଅବସର ନେଇ ସେ ରାଜନୀତିରେ ପାଦ ଦେଇଥିଲେ। ତାଙ୍କ ବିୟୋଗରେ ସମଗ୍ର ମହଲରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories