www.samajalive.in
Thursday, December 11, 2025
23.1 C
Bhubaneswar

ବିଜେପି ନେତାଙ୍କ ସନ୍ଦେହଜନକ ମୃତ୍ୟୁ, ପାର୍କରୁ ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ନୂଆଦିଲ୍ଲୀ: ଦିଲ୍ଲୀ ବିଜେପିର ବରିଷ୍ଠ ନେତା ଜି.ଏସ. ବାୱାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଘର ନିକଟ ଏକ ପାର୍କରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ମିଳିଛି। ବେକରେ ରଶି ବନ୍ଧାଯାଇ ଏକ ଗ୍ରୀଲରେ ଝୁଲନ୍ତା ଅବସ୍ଥାରେ ପୁଲିସ ମୃତଦେକୁ ଜବତ କରିଛି। ସେ ପଶ୍ଚିମ ଦିଲ୍ଲୀ ବିଜେପିର ପୂର୍ବତନ ଉପାଧ୍ୟକ୍ଷ ଥିଲେ। ପାରିବାରିକ ସମସ୍ୟା ଯୋଗୁ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୁଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି। ତେବେ ଘଟଣାସ୍ଥଳରୁ କୌଣସି ସୁଇସାଇଡ୍‌ ନୋଟ୍‌ ମିଳିନାହିଁ।

୫୮ ବର୍ଷୀୟ ଜି.ଏସ. ବାୱା ପଶ୍ଚିମ ଦିଲ୍ଲୀର ଫତେହ ନଗରରେ ରହୁଥିଲେ। ହୋଲି ଦିନ ସନ୍ଧ୍ୟାରେ ସୁଭାଷ ନଗର ସ୍ଥିତ ଏକ ପାର୍କ ଭିତରେ ଥିବା ଗ୍ରୀଲରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହକୁ ସ୍ଥାନୀୟ ଲୋକେ  ଦେଖି ପୁଲିସକୁ ସୂଚନା ଦେଇଥିଲେ।

- Advertisement -

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲା। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories