www.samajalive.in
Friday, December 5, 2025
20.1 C
Bhubaneswar

ମାର୍ଚ୍ଚ ପ୍ରଥମ ସପ୍ତାହରେ ୧୦୦ ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ ବିଜେପି

ସମାଜ ଡିଜିଟାଲ ଡେସ୍କ: ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସବୁ ଦଳ ମଧ୍ୟରେ ତତ୍ପରତା ସେତିକି ପ୍ରକାଶ ପାଇଛି । କେଉଁ ଦଳ ପ୍ରଥମେ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବ ତାହାକୁ ନେଇ ସମସ୍ତଙ୍କ ନଜର ରହିଛି । ଏସବୁ ଭିତରେ ବିଜେପି ଶିବିରରୁ ବଡ ଖବର ସାମ୍ନାକୁ ଆସିଛି । ମାର୍ଚ୍ଚ ପ୍ରଥମ ସପ୍ତାହରେ ବିଜେପି ପକ୍ଷରୁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇପାରେ । ପ୍ରଥମେ ୧୦୦ ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରେ ବିଜେପି ।
କୁହାଯାଉଛି ଯେ ୨୦୧୪ ଓ ୨୦୧୯ରେ ଯେଉଁ ଆସନରେ ବିଜେପି ହାରିଥିଲା ପ୍ରଥମେ ସେହି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ଏଥିରେ ଉତ୍ତରପ୍ରଦେଶର ୧୪ଟି ଲୋକସଭା ଆସନ ରହିଛି । ପ୍ରଥମେ ଏହି ଆସନରେ ନାମ ଘୋଷଣା କରି ପ୍ରାର୍ଥୀଙ୍କୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବାକୁ ପର୍ଯ୍ୟାପ୍ତ ସମୟ ଓ ସୁଯୋଗ ଦେବାକୁ ଦଳ ଲକ୍ଷ୍ୟ ରଖିଛି ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories