www.samajalive.in
Friday, December 5, 2025
26.1 C
Bhubaneswar

ରାଜ୍ୟସଭା ଉପନିର୍ବାଚନ; ନାମାଙ୍କନ ଦାଖଲ କଲେ ମମତା ମହାନ୍ତ

ସମାଜ ଡିଜିଟାଲ ଡେସ୍କ: କୁଡୁମୀ ସମ୍ପ୍ରଦାୟର ଟାଣୁଆ ନେତ୍ରୀ ତଥା ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ନାମାଙ୍କନ ଦାଖଲ କରିଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସଭାପତି ମନମୋହନ ସାମଲ ଓ ପ୍ରଭାରୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି ମମତା। ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗତକାଲି ମମତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ରାଜ୍ୟ ବିଜେପି। ଗତ କିଛି ଦିନ ତଳେ ସେ ରାଜ୍ୟସଭା ପଦରୁ ଇସ୍ତଫା ଦେବା ସହ ବିଜେଡି ଦଳରୁ ମଧ୍ୟ ଇସ୍ତଫା ଦେଇଥିଲେ। ବିଜେପି ସଭାପତି ପୁନଶ୍ଚ ତାଙ୍କ ଉପରେ ଭରସା କରି ରାଜ୍ୟସଭା ପ୍ରାର୍ଥୀ କରିଛନ୍ତି। ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହନ୍ତ ରାଜ୍ୟସଭାକୁ ଯିବା ଏକ ପ୍ରକାର ନିଶ୍ଚିତ ହୋଇଛି। ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ହେବ, ସେହିଦିନ ସନ୍ଧ୍ୟାରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା ହେବ। ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ଅସନ୍ତୋଷ ପ୍ରକାଶ କରି ଇସ୍ତଫା ଦେଇଥିଲେ।

Hot this week

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

Related Articles

Popular Categories