ଚୌଦ୍ୱାର : ବିଜେପି ଚୌଦ୍ୱାର ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ମଣ୍ଡଳ ସଭାପତି କୈଳାସ ଚନ୍ଦ୍ର ବେହେରାଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନୟନ କିଶୋର ମହାନ୍ତି ଓ ଜିଲା ସାଧାରଣ ସମ୍ପାଦକ ରାମ ନାରାୟଣ ମହାନ୍ତି ଯୋଗଦେଇ ସଂଗଠନକୁ ମଜବୁତ କରିବା ପାଇଁ ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିବା ସହିତ ଆଗାମୀ ପୌର ନିର୍ବାଚନ ପରିପ୍ରେକ୍ଷିରେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସହିତ ଜଡ଼ିତ ରହି ଏହାର ସମାଧାନ ଦିଗରେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ଦଳୀୟ ନେତା ଓ କର୍ମୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଜିଲା ଉପ ସଭାପତି ପ୍ରଶାନ୍ତ ହୋତା, ଇନ୍ଦାଣୀପାଟଣା ମଣ୍ଡଳ ପୂର୍ବତନ ସଭାପତି ରମେଶ ଚନ୍ଦ୍ର ନାୟକ, ହରିହର ରଣା, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ପ୍ରକାଶ ବଡ଼ଜେନା ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ଜିଲା ସମ୍ପାଦକ ବୈରାଗୀ ଚରଣ ପ୍ରଧାନ ସ୍ୱାଗତ ଭାଷଣ ଦେଇଥିଲେ।
Popular Categories


