www.samajalive.in
Saturday, December 6, 2025
23.1 C
Bhubaneswar

ଶାହାଙ୍କ ଗସ୍ତକୁ ନେଇ ସମ୍ବଲପୁର ଏମସିଏଲ୍‌ରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ବୁର୍ଲା : କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଗସ୍ତକୁ ନେଇ ଆଜି ସମ୍ବଲପୁର ଏମସିଏଲ୍‌ରେ ବିଜେପିର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ରାଜ୍ୟ ସାଧାରଣ ସମ୍ପାଦକ ମାନସ ମହାନ୍ତି, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଳିଙ୍ଗ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକଙ୍କ ସମେତ ପଶ୍ଚିମ ଓଡ଼ିଶାର ସମସ୍ତ ବିଜେପି ବିଧାୟକ ଓ ବିଧାୟକ ପ୍ରାର୍ଥୀମାନେ ଯୋଗ ଦେଇଛନ୍ତି । ଏହା ସହ ୫ ସଂସଦୀୟ କ୍ଷେତ୍ର ଜିଲ୍ଲା ସଭାପତି ସାମିଲ ଅଛନ୍ତି । ତେବେ ଆସନ୍ତା ୨୨ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଙ୍କର ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି।୨୨ରେ ସମ୍ବଲପୁର ଏବଂ ୨୩ରେ ଭୁବନେଶ୍ବର ଏବଂ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ନେଇ ବୈଠକରେ ଆଲୋଚନା ହୋଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories