www.samajalive.in
Tuesday, December 9, 2025
15.1 C
Bhubaneswar

ପୁରୀ ଜିଲା ବିଜେପି ସାଂଗଠନିକ ବୈଠକ

ପିପିଲି: ଭାରତୀୟ ଜନତା ପାର୍ଟିର ପୁରୀ ଜିଲା ସାଂଗଠନିକ ବୈଠକ ସାତଶଙ୍ଖ ନିକଟବର୍ତ୍ତି ପଟ୍ଟନାୟକିଆଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଳର ସାଂଗଠନିକ ସ୍ଥିତି ସମ୍ପର୍କରେ ଜିଲାସ୍ତରୀୟ ନେତାମାନେ ଆଲୋଚନା କରିବା ସହ ଦଳକୁ କିଭଳି ଭାବରେ ଅଧିକ ଦୃଢ ଓ କ୍ରୀୟାଶୀଳ କରାଯିବ ସେ ସଂପର୍କରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା।
ଜିଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ବିଜେପି ଉପସଭାନେତ୍ରୀ ପ୍ରଭାତୀ ପରିଡ଼ା, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ସତ୍ୟବାଦୀର ବରିଷ୍ଠନେତା ଓମ୍‍ପ୍ରକାଶ ମିଶ୍ର, ପୂର୍ବତନ ବିଧାୟକ ରବି ମଲ୍ଲିକ, ବରିଷ୍ଠନେତା କୃଷ୍ଣ ଜଗଦ୍ଦେବ, ପୂର୍ବତନ ବିଧାୟକ ବାଇଧର ମଲ୍ଲିକ, ରାଜ୍ୟ ପ୍ରବକ୍ତା ରମାରଞ୍ଜନ ବଳିଆରସିଂ, ବରିଷ୍ଠନେତା ଦିଲିପ ନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ରାଜଲକ୍ଷ୍ମୀ ଦାସ ପ୍ରମୁଖ ଯୋଗଦେଇ ଦଳର ସାଂଗଠନିକ ଅଗ୍ରଗତି ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାକୁ ଘରେ ଘରେ ପହଞ୍ଚାଇ ଦଳକୁ ତୃଣମୂଳ ସ୍ତରରେ ଅଧିକ ସୁଦୃଢ କରିବାକୁ ଜିଲା ସଭାପତି ଶ୍ରୀପଟ୍ଟନାୟକ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ। ଏହି ବୈଠକରେ ସମସ୍ତ ଜିଲାସ୍ତରୀୟ ପଦାଧିକାରୀ, ମୋର୍ଚ୍ଚା ସଭାପତି, ମଣ୍ଡଳ ସଭାପତି, ମଣ୍ଡଳ ପ୍ରଭାରୀ, ବ୍ଲକ ସଂଯୋଜକ ଓ ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ଯୋଗଦେଇଥିଲେ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories