www.samajalive.in
Friday, December 5, 2025
20.1 C
Bhubaneswar

ଆଜି ବିଜେପି କୋର କମିଟି ବୈଠକ

ଆଜି ବିଜେପିର କୋର କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଦୁଇ ପ୍ରଭାରୀଙ୍କ ସହ କୋର୍‌ କମିଟିର ସଦସ୍ୟମାନେ ଉପସ୍ଥିତ ରହିବେ। କୋର କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନ ନେଇ ଆଲୋଚନା ହେବ ବୋଲି ଜଣାପଡ଼ିଛି। ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମର କହିଛନ୍ତି ଯେ, ବହୁତ ଆଶାୟୀଙ୍କ ନାମ ରହିଛି। କୋର କମିଟି ବୈଠକରେ ଆଲୋଚନା ହେବ। ଖୁବ୍‌ଶୀଘ୍ର ବିଜେପି ପ୍ରାର୍ଥୀ ଘୋଷଣା କରିବ। ଆମେ ଏହି ଆସନ ଜିତିବୁ। ଅନ୍ୟପକ୍ଷରେ ନୂଆପଡ଼ା ଆସନରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ପ୍ରାର୍ଥୀ ହେବା ନେଇ ଦଳୀୟ ମହଲରେ ଆଲୋଚନା ହେଉଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ତେବେ ଏନେଇ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ଏହି ଉପନିର୍ବାଚନ ବିଜେପି ପାଇଁ ଅଗ୍ନି ପରୀକ୍ଷା ସଦୃଶ ହୋଇଛି। କାରଣ ରାଜ୍ୟରେ ବିଜେପି ସରକାର ଆସିବା ପରେ ପ୍ରଥମଥର ଉପନିର୍ବାଚନ ହେଉଛି। ଏହି ଉପନିର୍ବାଚନ ଜିତିବା ପାଇଁ ବିଜେପି ଉଦ୍ୟମ ଚଳାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ତାଙ୍କୁ ଭଲ ବନ୍ଧୁ କହିବା ସହିତ ନୂଆପଡ଼ା ମୋର ଦାୟିତ୍ବ ବୋଲି କହିଥିଲେ। ଏହାପରେ ନୂଆପଡ଼ା ଯାଇ ୧୧୦୦ରୁ ଅଧିକ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ ଓ ଘୋଷଣା କରିଛନ୍ତି। ବିଜେପି ଟିକଟ ଦୌଡ଼ରେ ବରିଷ୍ଠ ନେତା ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନ ପଣ୍ଡା ଆଗରେ ଅଛନ୍ତି। ସ୍ଥାନୀୟ ବିଜେପି ନେତା ଯଦୁମଣି ପାଣିଗ୍ରାହୀ ମଧ୍ୟ ପ୍ରମୁଖ ଦାବିଦାର ଅଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories