www.samajalive.in
Saturday, December 6, 2025
23.1 C
Bhubaneswar

ବିଜେପିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ

ସମାଜ ଡିଜିଟାଲ ଡେସ୍କ: ଆଜିଠାରୁ ଦେଶବ୍ୟାପି ବିଜେପିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ସଦସ୍ୟତା ଗ୍ରହଣ କରିଛନ୍ତି। ବିଜେପିରେ ସବୁ ବର୍ଗର ଓ ସବୁ ସ୍ତରର ଲୋକଙ୍କୁ ସାମିଲ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହି ଅଭିଯାନ ଆଗାମୀ ୨ମାସ ପର୍ଯ୍ୟନ୍ତ ଚାଲିବ। ତିନୋଟି ପର୍ଯ୍ୟାୟରେ କାର୍ଯ୍ୟକ୍ରମ ହେବ। ଆଜିଠୁ ଆସନ୍ତା ୨୫ ସେପ୍ଟେମ୍ବର ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଚାଲିବା ପରେ ୧ ଅକ୍ଟୋବରରୁ ୧୫ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଏବଂ ତୃତୀୟ ପର୍ଯ୍ୟାୟ ୧୬ରୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଓଡ଼ିଶାରେ ମଧ୍ୟ ଏହି ଅଭିଯାନ ଆରମ୍ଭ ହୋଇଛି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ ଅନ୍ୟ ବରିଷ୍ଠ ନେତାମାନେ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ଘରକୁ ଘର ଯାଇ ଅଭିଯାନକୁ ସଫଳ କରିବାକୁ ଯୋଜନା ପ୍ରସ୍ତୁତ କରିଛି ରାଜ୍ୟ ବିଜେପି।

 

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories