www.samajalive.in
Thursday, December 11, 2025
18.1 C
Bhubaneswar

ସମ୍ବଲପୁରୀ ବସ୍ତ୍ର ପିନ୍ଧି ସଂସଦରେ ଯୋଗଦେଲେ ବିଜେପି ସାଂସଦ ଓ ମନ୍ତ୍ରୀ

ନୂଆଦିଲ୍ଲୀ: ‘ସମ୍ବଲପୁରୀ ଦିନ୍‌’ରେ ସମ୍ବଲପୁରୀ ବସ୍ତ୍ର ପରିଧାନ କରି ସଂସଦ କାର୍ଯ୍ୟରେ ସାମିଲ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ.ଜୟଶଙ୍କର ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସମ୍ବଲପୁରୀ ଦିବସ ଅବସରରେ ସଂସଦରେ ଦେଖିବାକୁ ମିଳିଛି ସମ୍ବଲପୁରୀ ବସ୍ତ୍ରର ଝଲକ। ସମ୍ବଲପୁରୀ ପୋଷାକ ପରିଧାନ କରି ସଂସଦ କାର୍ଯ୍ୟରେ ସାମିଲ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ କେନ୍ଦ୍ରମନ୍ତ୍ରୀ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ.ଜୟଶଙ୍କରଙ୍କ ସମେତ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରୀ ପୋଷାକ ପରିଧାନ କରି ଗୃହରେ ଉପସ୍ଥିତ ହେବାର ଦେଖାଯାଇଥିଲା। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଖୁସିବ୍ୟକ୍ତ କରିଛନ୍ତି। ସମ୍ବଲପୁରୀ ଦିବସ ଅବସରରେ ସେହି ଅଞ୍ଚଳର ବସ୍ତ୍ର ପରିଧାନ କରିବା ସହ ଓଡ଼ିଶାର ସଂସ୍କୃତି ପ୍ରତି ସମ୍ମାନ ଜଣାଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

- Advertisement -

ଅପରପକ୍ଷରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏକ ଭିଡ଼ିଓ ବାର୍ତ୍ତା ଯୋଗେ ‘ସମ୍ବଲପୁରୀ ଦିନ୍‌’ର ଶୁଭେଚ୍ଛା ଜଣାଇବା ସହ ବିଶିଷ୍ଟ ସାହିତ୍ୟିକ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କର ଜନ୍ମଦିନରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସମ୍ବଲପୁର ଅଞ୍ଚଳର ଅନନ୍ୟ ସଂସ୍କୃତିକୁ ସାରା ବିଶ୍ୱରେ ପ୍ରଚାର ପ୍ରସାର କରିବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories